ରାଜ୍ୟସ୍ୱାସ୍ଥ୍ୟ

ରାଜ୍ୟରେ ୨୪ ଘଣ୍ଟାରେ ୫୮ ମୃତ

ସତ୍ୟଶିଖା(ଭୁବନେଶ୍ୱର) ୧୦.୦୭.୨୦୨୧:  କରୋନା ରାଜ୍ୟକୁ ସମ୍ପୂର୍ଣ୍ଣ ଭାବେ କବଳିତ କରିସାରିଛି, ଏହା ମୃତ୍ୟୁ ସଂଖ୍ୟାରୁ ପ୍ରମାଣିତ ହୋଇଛି । ରାଜ୍ୟରେ କରୋନା ସଂକ୍ରମଣ ପ୍ରାୟତଃ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୫୩୪କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧୧ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ବରଗଡ଼ ଓ ପୁରୀରୁ ୭ ଜଣ ଲେଖାଏଁ, ଗଞ୍ଜାମ ଓ ସୁନ୍ଦରଗଡ଼ରୁ ୬, ସମ୍ବଲପୁରୁର ୪, କେନ୍ଦ୍ରାପଡ଼ାରୁ ୩, କଟକ, ଢେଙ୍କାନାଳ, କେନ୍ଦୁଝର ଓ ନୟାଗଡ଼ରୁ ୨ ଜଣ ଲେଖାଏଁ, ଅନୁଗୋଳ, ଗଜପତି, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Show More
Back to top button