ରାଜ୍ୟସ୍ୱାସ୍ଥ୍ୟ

ରାଜ୍ୟରେ ଆଉ ୩ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ସତ୍ୟଶିଖା (ଭୁବନେଶ୍ୱର) ୨୮/୧୨/୨୦୨୦ : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୬୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୩ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ରାୟଗଡା ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୮୭୩୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୭୫୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୪୦୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୬୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୮୫୫୮୨୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More
Back to top button