ଗୁରୁବାର ରାଶିଫଳ : ଆସନ୍ତୁ ଜାଣିବା ଆପଣଙ୍କ ଆଜିର ଦିନ କିପରି କଟିବ l


ସତ୍ୟଶିଖା ୩୧/୧୨/୨୦୨୦ :
ମେଷ – ଆଜି ଦଶମ ଚନ୍ଦ୍ର ହେତୁ ପ୍ରତ୍ୟେକ ଦିଗରୁ ଲାଭ ହେବେ ଓ ଯାହା ଖୋଜୁଛନ୍ତି ତାହା ପାଇବେ । ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାର୍ଯ୍ୟ ଓ ସହ-ଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ବୃଷ – କର୍ମକ୍ଷେତ୍ରରେ ବନ୍ଧୁମାନଙ୍କ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ଅନ୍ୟମାନଙ୍କର ଚାପରେ ପଡି ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ମିଥୁନ – ପାରିବାରିକ କ୍ଷେତ୍ରରେ ଚାପ କ୍ରମଶଃ ବଢିପାରେ । ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଛି । କାନକୁହା କଥା ଶୁଣି ଉପର ଅଧିକାରିମାନେ ଖପ୍ପା ହୋଇପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।
କର୍କଟ – ଆଜି ଶନିଯୁକ୍ତ ସପ୍ତମ ଚନ୍ଦ୍ର ହେତୁ ଯାତ୍ରା ସ୍ଥଗିତ ମନକୁ ବିଷାଦିତ କରିବ । ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ ନତୁବା ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ସିଂହ – ବୁଧାଦିତ୍ୟ ଯୋଗ ଗୁରୁକ୍ଷେତ୍ରସ୍ଥ ହେତୁ ଆପଣଙ୍କ ଯୁକ୍ତିଯୁକ୍ତ କଥାକୁ ବନ୍ଧୁମାନେ ପସନ୍ଦ କରିବା ସହ ସହମତି ପ୍ରକାଶ କରିବେ । ପିଲାମାନଙ୍କ ସମସ୍ୟା ଭିତରେ ନିଜେ ବାନ୍ଧି ହୋଇଯିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
କନ୍ୟା – ସମସ୍ୟା ରହିଥିଲେ ମଧ୍ୟ ବିଶେଷ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ ନାହିଁ । ସହକର୍ମୀଙ୍କ ସାହାର୍ଯ୍ୟରେ ଦୀର୍ଘ ଦିନର ବକେୟା ଅର୍ଥ ଆଦାୟ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।
ତୁଳା – ଶୁକ୍ର ପ୍ରଭାବରେ ଆନୁଷ୍ଠାନିକ ସୁବିଧା ସୁଯୋଗ ସହ କାବ୍ୟ, ସାହିତ୍ୟ, କଳା, କାରିଗର ପ୍ରତି ରୁଚି ବଳିବ । ବିଭିନ୍ନ ସୂତ୍ରରୁ ରୋଜଗାର କରିବେ କିନ୍ତୁ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।
ବିଛା – କେତୁ ଯୁକ୍ତ ରାଶିସ୍ଥ ହେତୁ କୌଶଳରେ କାମ ହାସଲ କରିପାରିବେ । ପ୍ରଶାସନିକ ସ୍ତରରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟା ସମାଧାନ ହୋଇଯିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଧନୁ – ଆଜି କର୍ମକ୍ଷେତ୍ର, ପ୍ରକାଶନ, ପ୍ରଶାସନିକ ଏବଂ ନିର୍ମାଣ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଉତ୍ତରାଷାଢା ନକ୍ଷତ୍ରର ସାମାନ୍ୟ ବଚସାରୁ ପ୍ରିୟ ବନ୍ଧୁଙ୍କ ସହ ସମ୍ପର୍କ ହାନି ଘଟିପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
ମକର – ସକାଳୁ ଅର୍ଥ ସାହାର୍ଯ୍ୟ ଆଶାରେ ବନ୍ଧୁଙ୍କୁ ବିଭିନ୍ନ ବିନୟପୂର୍ଣ୍ଣ କଥା କହିବେ । ଆଜି ଅଧ୍ୟୟନ, ଆଲୋଚନା , ତର୍କରେ ପ୍ରଶଂସିତ ହେବେ । ଭୁଲ୍ ବୁଝାମଣା କାରଣରୁ ପଡୋଶୀଙ୍କ ସହ ସମ୍ପର୍କ ତିକ୍ତ ହୋଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
କୁମ୍ଭ – ଜନ୍ମ ଚନ୍ଦ୍ର ଶନିକ୍ଷେତ୍ରସ୍ଥ ହେତୁ ବିଭିନ୍ନ କଥା ଚିନ୍ତା କରି ମାନସିକ ସ୍ଥିତି ଭଲ ରହି ନ ପାରେ । ଅଫିସ କାମ ହାସଲ ସକାଶେ ଆଗନ୍ତୁକଟି ପ୍ରଶଂସାରେ ଶତମୁଖ ହୋଇ ଉଠିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ମୀନ – ସକାଳୁ କୌଣସି ଭଦ୍ରବ୍ୟକ୍ତିଙ୍କ ସହ ଆଲୋଚନା ମନଃସ୍ଥିତିକୁ ଦୃଢ କରିପାରେ । କର୍ମକ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଆଶ୍ୱସ୍ତି ଲାଭ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।