ନ୍ୟୁଜ୍ରାଜ୍ୟସ୍ୱାସ୍ଥ୍ୟ

ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୩୨୫କୁ ବୃଦ୍ଧି

ସତ୍ୟଶିଖା(ଭୁବନେଶ୍ୱର )୨୯.୧୦ .୨୦୨୧:  ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୩୬୫ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୨୫ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୦୫୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୬୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୭୬୫୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୮୫୫୯୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More
Back to top button