ନ୍ୟୁଜ୍ରାଜ୍ୟସ୍ୱାସ୍ଥ୍ୟ

ଆଜି ରାଜ୍ୟରେ ୫୯ ଜଣ କରୋନା ପଜିଟିଭ୍ ଚିହ୍ନଟ

ସତ୍ୟଶିଖା( ଭୁବନେଶ୍ୱର )୨୦.୧୦.୨୦୨୨:  ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଆଜି ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା କମିଛି। ଯାହା ରାଜ୍ୟବାସୀଙ୍କୁ ସାମାନ୍ୟ ଖୁସି ଦେଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୬୯୪କୁ ବୃଦ୍ଧି ପାଇଛି ।

 

Show More
Back to top button