

ସତ୍ୟଶିଖା(ଭୁବନେଶ୍ୱର ) ୨୪.୦୮ .୨୦୨୧: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଆଜି ରାଜ୍ୟରେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୪୯୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୨୦ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୫ଜଣ ରହିଛନ୍ତି । କେନ୍ଦ୍ରାପଡ଼ା ଓ ଅନୁଗୁଳ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । କେନ୍ଦୁଝର, ନବରଙ୍ଗପୁର, ପୁରୀ, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।