ଆଜି ବନକଲାଗି ନୀତି ; ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ଦର୍ଶନ ବନ୍ଦ

ସତ୍ୟଶିଖା(ପୁରୀ ) ୧୫.୦୪.୨୦୨୧:  ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି କାରଣରୁ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୪ଟାରୁ ରାତି ୮ଟା ଦୀର୍ଘ ୪ ଘଣ୍ଟା ଯାଏଁ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
ଏହି ବନକ ଲାଗି ନୀତିରେ ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଇଥାଏ। ଦ୍ୱିତୀୟ ଭୋଗମଣ୍ଡପ ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ।

Exit mobile version