

ସତ୍ୟଶିଖା( ପୁରୀ )୦୮.୦୯ . ୨୦୨୨: ଶ୍ରୀମନ୍ଦିରରେ ଗତକାଲି ବାମନ ଜନ୍ମ ନୀତି ସଂପନ୍ନ ହେବା ପରେ ଆଜି ମହାପ୍ରଭୁଙ୍କର ବଳିବାମନ ବେଶ ଅନୁଷ୍ଠିତ ହେବ। ବାମନ ରୂପୀ ବାଳକ ବେଶରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ। ଶ୍ରୀବଳଭଦ୍ର ରାଜବେଶ ଧାରଣ କରିବାକୁ ଥିବାବେଳେ ଦେବୀ ସୁଭଦ୍ରା ସାଧାରଣ ବେଶରେ ସଜିତ ହେବେ।
ଆଜି ଶ୍ରୀମନ୍ଦିରରେ ଦ୍ୱିପ୍ରହର ଧୂପ ସରିବା ପରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ବାମନ ବେଶରେ ସଜିତ କରାଯିବ। ବଡ଼ସିଂହାର ପୂଜା ପର୍ଯ୍ୟନ୍ତ ଏହି ବେଶ ରହିବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ସ୍ୱର୍ଣ୍ଣ ଅଳଙ୍କାର ବିଭୂଷିତ କରାଯିବ। ମହାପ୍ରଭୁ ବିଷ୍ଣୁ ପଞ୍ଚମ ଅବତାରରେ ବାମନ ରୂପ ନେଇ ବଳି ମହାରାଜଙ୍କୁ ପାତାଳରେ ଚାପି ଦେଇଥିଲେ। ସେହି ସ୍ମୃତିକୁ ବହନ କରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାବନ ବେଶ ଶହ ଶହ ବର୍ଷ ବର୍ଷ ଧରି ଅନୁଷ୍ଠିତ ହୋଇ ଆସୁଛି।