ଧର୍ମ
ଆଜି ଗଣେଶ ପୂଜା,ଜ୍ଞାନର ଦେବତା ଅଗ୍ରପୂଜ୍ୟ ଶ୍ରୀ ଗଣେଶଙ୍କ ଆରାଧନାର ଦିନ


ସତ୍ୟଶିଖା (ଭୁବନେଶ୍ୱର ) ୧୯.୦୯.୨୦୨୩ : ଆଜି ଭାଦ୍ରବ ଶୁକ୍ଳ ପକ୍ଷ ଚତୁର୍ଥୀ, ଜ୍ଞାନର ଦେବତା ଅଗ୍ରପୂଜ୍ୟ ଶ୍ରୀ ଗଣେଶଙ୍କ ଆରାଧନାର ଦିନ। ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ଏକ ପବିତ୍ର ପର୍ବ। ଆଜିର ଦିନରେ ମହାପ୍ରଭୁ ଗଜାନନ ଧରାକୁ ଆସିଥିବାରୁ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ପ୍ରଭୁଙ୍କ ସ୍ବାଗତକୁ ନେଇ ଗଗନ ପବନ ଉତ୍ସବ ମୁଖର ହୋଇଥିବା ଦେଖିବାକୁ ମିଳିଛି। ବିଶେଷ କରି ଓଡ଼ିଶାର ପୁରପଲ୍ଲୀରେ ଏହି ପୂଜା ପରମ୍ପରା ଓ ବିଧିବିଧାନ ଅନୁସାରେ ପାଳିତ ହୋଇଥାଏ ।
ସେହିପରି ଶିକ୍ଷାନୁଷ୍ଠାନ ମାନଙ୍କରେ ମଧ୍ୟ ଗଣେଶ ପୂଜାର ବିଶଷ ମହତ୍ବ ରହିଛି। ଯାହାକୁ ନେଇ ରାଜ୍ୟର ବିଭିନ୍ନ ପ୍ରାନ୍ତରେ ଗଣେଶ ଚୁତୁର୍ଥୀ ବେଶ ଆଡ଼ମ୍ବର ସହ ପାଳନ କରାଯାଉଛି। ଘରଠୁ ଆରମ୍ଭ କରି ବିଭିନ୍ନ କ୍ଲବ ଏବଂ ଶିକ୍ଷାନୁଷ୍ଠାନ ମାନଙ୍କରେ ମଧ୍ୟ ଗଣେଶ ପୂଜାକୁ ନେଇ ବିଶେଷ ପ୍ରସ୍ତୁତି ଦେଖିବାକୁ ମିଳିଛି।