ସତ୍ୟଶିଖା( ଭୁବନେଶ୍ୱର )୦୮.୧୧.୨୦୨୨: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଓଡ଼ିଶାର ଇତିହାସ ଓ ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ପାଳନ ହୋଇଛି ବୋଇତ ବନ୍ଦାଣ। ଓଡ଼ିଆ ସାଧବ ପୁଅ ଇଣ୍ଡୋନେସିଆର ବାଲି, ଜାଭା ଓ ସୁମାତ୍ରାକୁ ବାଣିଜ୍ୟ ପାଇଁ ନୌକାରେ ଯାତ୍ରା କରୁଥିଲେ। ଏହି ପରମ୍ପରାକୁ ମନେ ପକାଇ ପ୍ରତିବର୍ଷ କାର୍ତ୍ତିକ ପୂର୍ଣ୍ଣିମାରେ ବୋଇତ ବନ୍ଦାଣ କରାଯାଇଥାଏ। ତେବେ ଆଜି ଚନ୍ଦ୍ରଗ୍ରହଣ ପଡ଼ୁଥିବାରୁ ମହୋଦଧି, ନଦୀ ଓ ପୁଷ୍କରିଣୀରେ ବୋଇତ ବନ୍ଦାଣ ବା ଡଙ୍ଗା ଭସା ରାତି ୨ଟାରୁ ଭୋର୍ ୫ଟା ୩୮ ମିନିଟ୍ ପୂର୍ବରୁ ଶେଷ ହୋଇଛି।
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା
