ବୁଧବାର ରାଶିଫଳ : ଆସନ୍ତୁ ଜାଣିବା ଆପଣଙ୍କ ଆଜିର ଦିନ କିପରି କଟିବ l


ସତ୍ୟଶିଖା ( ବୁଧବାର ) ୧୨.୦୮.୨୦୨୦ :
ମେଷ – ବାଧକାଧିପ କର୍ମସ୍ଥ ଯୋଗୁ କର୍ମକ୍ଷେତ୍ରରେ ସମସ୍ୟା ଅବଶ୍ୟ ଲାଗି ରହିବ, କିନ୍ତୁ କିଛି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ବୃଷ – ଭାଗ୍ୟଧିପ ପ୍ରଭାବରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ କାମ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।
ମିଥୁନ – ଆପଣଙ୍କ ସହ ଭଲ ସମ୍ପର୍କ ନ ଥିବା କୌଣସି ବ୍ୟକ୍ତି ସମସ୍ୟାକୁ ବଢାଇ ଦେଇପାରନ୍ତି । ମୃଗଶିରା ନକ୍ଷତ୍ରର ପୂର୍ବ ଯୋଜନା ଅନୁଯାୟୀ କର୍ମ କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
କର୍କଟ – ଆଜି ବୁଧାଦିତ୍ୟ ଯୋଗରୁ ଯାହା କରନ୍ତୁ ନା କାହିଁକି, ସବୁ କାମ ସହଜ ଓ ସୁବିଧାରେ ସମ୍ପନ୍ନ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ସିଂହ – ଏକାଦଶସ୍ଥ ଶୁକ୍ର ଓ ରାହୁ ପ୍ରଭାବରୁ କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।
କନ୍ୟା – କାମଗୁଡିକ ରାହୁଙ୍କ ଯୋଗୁଁ ସମସ୍ୟାବହୁଳ ହେତୁ ମନରେ ସରସତା ରହିବ ନାହିଁ । ବିଳାସ ଉପକରଣ କିଣିବା ସକାଶେ ଘରୁ ବରାଦ ପାଇ ପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ତୁଳା – କର୍ମକ୍ଷେତ୍ରରେ ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହେବ । ଅଭିଳାଷ ପୂରଣ ଦିଗରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୧ ।
ବିଛା – ତୃତୀୟ ସ୍ଥାନ ବଳବାନ୍ ଯୋଗୁଁ ବନ୍ଧୁମାନଙ୍କଜ ସହ ଆଜିର ସକାଳୁଆ ଯାତ୍ରା ମନକୁ ଆହ୍ଲାଦିତ କରିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଧନୁ – ପ୍ରତ୍ୟେକ କ୍ଷେତ୍ରରେ ଭଲ ବ୍ୟବହାର ପ୍ରଦର୍ଶନ କରି ସମସ୍ତଙ୍କର ପ୍ରିୟପାତ୍ର ହେବେ । ବନ୍ଧୁମାନଙ୍କ ଜରିଆରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।
ମକର – ଶନି ପ୍ରଭାବରେ ସାମାନ୍ୟ ଥଣ୍ଡାଜନିତ କାରଣରୁ ଦେହଟା ଭଲ ଲାଗିବ ନାହିଁ । ପରିବାର ଭିତରେ, ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ ହୋଇଯିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
କୁମ୍ଭ – କାମଗୁଡିକ ଅନ୍ୟମାନଙ୍କ ସକାଶେ ଯେତିକି ସହଜ ଓ ସୁବିଧାରେ ହୋଇପାରୁଛି ଆପଣଙ୍କ ପାଇଁ ତାହା ନ ହେବା କାରଣରୁ ଦୁଃଖ ପ୍ରକାଶ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
ମୀନ – କର୍ମକ୍ଷେତ୍ରରେ ହଠାତ୍ ଉପରିସ୍ଥଙ୍କ ଚାପରେ ବାହରକୁ ଯିବାକୁ ପଡିପାରେ । ପାରିବାରିକ ସମସ୍ୟା ବିଷୟରେ ଗୁଡାଏ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ । ଶୁଭ ରଙ୍ଗ ନୀଳ । ଶୁୃଭ ଅଙ୍କ ୭ ।