ନ୍ୟୁଜ୍

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ।

ସତ୍ୟଶିଖା ୧୭/୦୯/୨୦୨୫: ୧୯୫୦ ମସିହା ସେପ୍ଟେମ୍ବର ୧୭ ତାରିଖରେ ଜନ୍ମ ଗ୍ରହଣ କରିଥିଲେ ମୋଦି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ତମ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଫୋନରେ ଶୁଭେଚ୍ଛା ଜଣାଇବା ବେଳେ ଦୁଇ ନେତା ଭାରତ-ଆମେରିକା ସମ୍ପର୍କ ସମେତ ବିଶ୍ବର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ । ରାଷ୍ଟ୍ରପତି ଟ୍ରମ୍ପ ଦୁଇ ଦେଶ ମଧ୍ୟରେ ଉତ୍ତମ ସମ୍ପର୍କ ରଖିବାକୁ ଇଚ୍ଛା ପ୍ରକାଶ କରିଥିଲେ । ଏନେଇ ସୋସିଆଲ୍ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସେପଟେ ଟ୍ରମ୍ପ ସୋସିଆଲ ମିଡିଆରେ ମୋଦିଙ୍କ ସହ ହୋଇଥିବା ଆଲୋଚନା ସମ୍ପର୍କରେ ଏକ ପୋଷ୍ଟ କରି କହିଛନ୍ତି, ଜନ୍ମଦିନର ଶୁଭେଚ୍ଛା, ଆପଣ ବହୁତ ଭଲ କାମ କରୁଛନ୍ତି । ଋଷ-ୟୁକ୍ରେନ ଯୁଦ୍ଧ ଶେଷ କରିବା ଲାଗି ଆପଣଙ୍କ ସହଯୋଗ ଲାଗି ଧନ୍ୟବାଦ ବୋଲି ଟ୍ରମ୍ପ କହିଛନ୍ତି ।

Show More
Back to top button