ଧର୍ମ
ଆଜି ସପ୍ତପୁରୀ ଅମାବାସ୍ୟା, ଆଜି ର ଦିନ ରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଠାରେ ସପ୍ତପୁରୀ ଭୋଗ ଲାଗିହେବ l ।


ସତ୍ୟଶିଖା ୨୩/୦୮/୨୦୨୫: ଠାକୁରଙ୍କ ଅବକାଶ ନୀତି ସରିବା ପରେ ବେଶ କରାଯାଇ ଗମ୍ଭିରାରେ ପାଣି ପଡ଼ି ଟେରା ବନ୍ଧାଯିବା ପରେ ସକାଳ ଧୂପ ସହ ସାତପୁରୀ ଭୋଗ ରୋଷ ଘରୁ ଆସେ । ପୂଜାପଣ୍ଡା ଷୋଡ଼ଶ ଉପଚାରରେ ପୂଜା କରିଥାଆନ୍ତି। ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କର ଆଜି ବିଶେଷ ପୂଜାନୀତି ସହ ସଂଧ୍ୟାଧୂପ ପରେ ମହାପ୍ରଭୁଙ୍କ ବିଜେ ପ୍ରତିମା ଶ୍ରୀନାରାୟଣ ସାଗର ବିଜେ କରିବେ। ଗତକାଲି ଅଠରନଳା ନିକଟରେ ଅବସ୍ଥିତ ମା ଆଲାମଚଣ୍ଡୀ ମନ୍ଦିରରୁ ସପ୍ତପୁରୀ ଭୋଗ ପାଇଁ ଆବଶ୍ୟକ ତାଡ଼ ଶ୍ରୀମନ୍ଦିରରେ ପହଞ୍ଚିଛି ।