ନ୍ୟୁଜ୍
ଆଜି ସପ୍ତପୁରୀ ଅମାବାସ୍ୟା, ଶ୍ରୀଜୀଉଙ୍କଠାରେ ଲାଗି ହେବ ସପ୍ତପୁରୀ ଭୋଗ


ସତ୍ୟଶିଖା( ପୁରୀ )୨୭.୦୮ . ୨୦୨୨: ଆଜି ସପ୍ତପୁରୀ ଅମାବାସ୍ୟା । ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା ବୋଲି କୁହାଯାଇଥାଏ। ଆଜିର ଏହି ଅମାବାସ୍ୟା ତିଥିରେ ଓଡ଼ିଆ ଜାତିର ଆରାଧ୍ୟ ଦେବତା ଭଗବାନ ଶ୍ରୀଜଗନ୍ନାଥଙ୍କଠାରେ ସପ୍ତପୁରୀ ଭୋଗ ଲାଗି ହୋଇଥାଏ ।
ଆଜି ଅବକାଶ ନିତି ସରିବା ପରେ ଠାକୁରଙ୍କୁ ବେଶ କରାଯାଇଥିଲା । ଗମ୍ଭିରାରେ ପାଣି ପଡ଼ି ଟେରା ବନ୍ଧାଯିବା ପରେ ସକାଳ ଧୂପ ସହ ସାତପୁରୀ ଭୋଗ ରୋଷ ଘରୁ ଆସିଥିଲା। ଏହାପରେ ପୂଜାପଣ୍ଡା ଷୋଡଶ ଉପଚାରରେ ପୂଜା କରିଥିଲେ । ଶ୍ରୀମନ୍ଦିରରେ ଶ୍ରୀ ଜୀଉଙ୍କର ଆଜି ବିଶେଷ ପୂଜାନୀତି ସହ ସନ୍ଧ୍ୟା ଧୂପ ହେବ । ଏହାପରେ ବସ୍ତ୍ରହରଣ ପ୍ରସ୍ତାବ ସହ ମହାପ୍ରଭୁଙ୍କ ବିଜେ ପ୍ରତିମା ଶ୍ରୀନାରାୟଣ ସାଗର ବିଜେ କରିବେ ।