

ସତ୍ୟଶିଖା ( ପୁରୀ ) ୧୭ /୦୯ /୨୦୨୧: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି ଓ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଆଜି ସକାଳୁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଛି । ସକାଳ ଧୂପ ଓ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କ ମହାସ୍ନାନ କରାଯାଇ ନୂଆଲୁଗା ଓ ଚନ୍ଦନ ଲାଗି କରାଯାଇଥିଲା । ସନ୍ଧ୍ୟା ଆଳତୀ ପରେ ଏକାଦଶୀ ବେଢାକୁ ମଦନମୋହନ ବିଜେ କରିବା ପରେ ବେଢା ପରିକ୍ରମା କରି ଅନ୍ୟାନ୍ୟ ନୀତି କାନ୍ତି ବଢିବ । ଅନ୍ୟପଟେ ଆଜି ଶ୍ରୀମନ୍ଦିରରେ ବାମନ ଜନ୍ମ ପବିତ୍ରା ଲାଗି ଓ ଇନ୍ଦ୍ରଧ୍ଵଜା ପୂଜା ଵିଧି ଅନୁଷ୍ଠିତ ହେବ ।