ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ: ନିଆରା ଢଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ସତ୍ୟଶିଖା(ଭୁବନେଶ୍ୱର )୧୭.୦୯ .୨୦୨୧:  ଆଜି ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଆଜି ସେ ୭୧ ବର୍ଷରେ ପାଦ ଥାପିଛନ୍ତି। ଏହି ଅବସରରେ ସୋଶାଲ୍ ମିଡିଆରେ ତାଙ୍କ ପାଖକୁ ଛୁଟୁଛି ଶୁଭେଚ୍ଛାର ସୁଅ। ରାଷ୍ଟ୍ରପତିଙ୍କ ଠାରୁ ଆରମ୍ଭ କରି ଦେଶର ସାଧାରଣ ନାଗରିକ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ତେବେ ଟିକେ ନିଆରା ଢଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଜଣାଶୁଣା ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ।

ସେ ପୁରୀ ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତି। ତାଙ୍କ ବାଲୁକା କଳାରେ ପ୍ରଧାନମନ୍ତ୍ରୀଙ୍କ ଛବି ରହିଛି। ଇଂରାଜୀରେ ‘ହାପି ବାର୍ଥଡେ’ ମୋଦିଜୀ’ ଲେଖାଯାଇଛି। ତେବେ ଏହି ବାଲୁକା କଳାରେ ନିଆରାପଣ ହେଉଛି ଯେ ଏଥିରେ ସେ ଛୋଟ ଛୋଟ ଶଙ୍ଖ ଓ ଶାମୁକାର ବ୍ୟବହାର କରିଛନ୍ତି।

ସୁଦର୍ଶନ ଟ୍ୱିଟ୍ କରି ଲେଖିଛନ୍ତି ଯେ ସେ ଏହି ବାଲୁକା କଳାରେ ୨୦୩୫ଟି ଶଙ୍ଖ ଓ ଶାମୁକା ବ୍ୟବହାର କରିଛନ୍ତି। ସେ ଆହୁରି ଲେଖିଛନ୍ତି ଯେ ଭାରତ ମାତାଙ୍କର ସେବା କରିବା ପାଇଁ ମହାପ୍ରଭୁ ଜଗନ୍ନାଥ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦୀର୍ଘ ଓ ନିରାମୟ ଜୀବନର ଆଶୀର୍ବାଦ ଦିଅନ୍ତୁ।

Exit mobile version