ଆଜି ପବିତ୍ର ଅକ୍ଷୟ ତୃତୀୟା।

ସତ୍ୟଶିଖା :୩୦/୦୪/୨୦୨୫:   ଏହି ଅବସରରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ ସହ ଚନ୍ଦନ ଯାତ୍ରା ଆରମ୍ଭ ହେବ। ଏଥିପାଇଁ ନରେନ୍ଦ୍ର ପୁଷ୍କରିଣୀ ସଜେଇ ହୋଇଥିବା ବେଳେ ମହାପ୍ରଭୁଙ୍କ ଆଗମନକୁ ଅପେକ୍ଷା କରିଛନ୍ତି ଚାପ ଡଙ୍ଗା ନନ୍ଦା ଓ ଭଦ୍ରା।

ତେବେ ଚନ୍ଦନ ଯାତ୍ରା ପାଇଁ ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୋଲିସ ପ୍ରଶାସନ ପକ୍ଷରୁ ମହାପ୍ରଭୁଙ୍କ ଚନ୍ଦନ ଚାପକୁ ଶୃଙ୍ଖଳିତ କରିବା ପାଇଁ ୫ ପ୍ଲାଟୁନ୍ ପୋଲିସ ଫୋର୍ସ ସହ ଜଣେ ଅତିରିକ୍ତ ଏସପି, ୫ ଡିଏସପି, ୮ ଇନ୍ସପେକ୍ଟରଙ୍କ ଓ ୨୦ ଜଣ ସବ ଇନ୍ସପେକ୍ଟର ଦାୟିତ୍ବରେ ରହିବେ। ଚନ୍ଦନ ଯାତ୍ରାରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ରାମକୃଷ୍ଣ, ମଦନମୋହନ, ଶ୍ରୀଦେବୀ, ଭୂଦେବୀଙ୍କ ସମେତ ପଞ୍ଚୁପାଣ୍ଡବ ଆଜିଠାରୁ ନରେନ୍ଦ୍ର ପୁଷ୍କରିଣୀରେ ୨୧ ଦିନ ବ୍ୟାପି ନୌକାବିହାର ବା ଜଳକ୍ରୀଡା କରିବେ।

Exit mobile version