ସତ୍ୟଶିଖା ( ଭୁବନେଶ୍ୱର )୦୯/୧୦ /୨୦୨୧: ଆଜିର ଦିନରେ ଜନ୍ମ ଗ୍ରହଣ କରିଥିଲେ ଉତ୍କଳମଣି ଗୋପବନ୍ଧୁ ଦାସ। ୧୮୭୭ ମସିହା ଅକ୍ଟୋବର ମାସ ୯ ତାରିଖରେ ପିତା ଦୈତାରି ଦାସ ଓ ମାତା ସ୍ୱର୍ଣ୍ଣମୟୀ ଦେବୀଙ୍କ ସନ୍ତାନ ଭାବେ ପୁରୀ ଜିଲ୍ଲାର ସୁଆଣ୍ଡୋ ଗ୍ରାମରେ ହୋଇଥିଲା ତାଙ୍କର ଜନ୍ମ । ପୁରୀରୁ ମାଟ୍ରିକ ପାସ କରି, ସେ ରେଭେନ୍ସା ମହାବିଦ୍ୟାଳୟରେ ଅଧ୍ୟୟନ କରିଥିଲେ।
ଗୋପବନ୍ଧୁ ଦାସ ଆଧୁନିକ ଯୁଗର ପଞ୍ଚସଖାମାନଙ୍କ ମଧ୍ୟରୁ ଅନ୍ୟତମ । ମଧୁସୂଦନ ରାଓଙ୍କ ନିଷ୍ପତି କ୍ରମେ ତାଙ୍କ ନେତୃତ୍ୱରେ ପଞ୍ଚସଖାମାନେ ମିଶି ସାକ୍ଷୀଗୋପାଳର ବକୁଳ ଓ ଛୁରିଆନା କୁଞ୍ଜରେ ସତ୍ୟବାଦୀ ବନ ବିଦ୍ୟାଳୟ ପ୍ରତିଷ୍ଠା କରିଥିଲେ। ଏହି ବିଦ୍ୟାଳୟରୁ ସେତେବେଳେ ଜାତୀୟ ସ୍ୱାଧୀନତା ଆନ୍ଦୋଳନ ପରିଚାଳିତ ହେଉଥିଲା ।
୧୯୧୮ରୁ ୧୯୨୦ ମଧ୍ୟରେ ଓଡ଼ିଶାରେ ସଂଘଟିତ ବନ୍ୟା, ମରୁଡ଼ି, ଦୁର୍ଭିକ୍ଷ ଓ ଅନାବୃଷ୍ଟି ତାଙ୍କୁ ମର୍ମାହତ କରିଥିଲା। କିନ୍ତୁ ସେ ଚୁଡ଼ା, ଚାଉଳ ଧରି ପ୍ରପୀଡ଼ିତ ଅଞ୍ଚଳରେ ବାଣ୍ଟିଥିଲେ । ହଇଜା ରୋଗରେ ପୀଡ଼ିତ ଲୋକମାନଙ୍କର ସେବା ପାଇଁ ସେ ପୁରୀ ସେବା ସମିତି ପ୍ରତିଷ୍ଠା କରିଥିଲେ।