ଧର୍ମନ୍ୟୁଜ୍

ଆଜି ହେଉଛି ପବିତ୍ର ଚିତାଲାଗି ଅମାବାସ୍ୟା।

ସତ୍ୟଶିଖା ୨୪/୦୭/୨୦୨୫:ଶ୍ରୀଜଗନ୍ନାଥଙ୍କୁ ସୁଭ୍ର ହୀରା ଖଚିତ ରତ୍ନଚିତା, ଶ୍ରୀବଳଭଦ୍ରଙ୍କୁ ନୀଳା ଓ ଦେବୀ ସୁଭଦ୍ରାଙ୍କୁ ପାନା ହୀରା ଖଚିତ ରତ୍ନ ଚିତା ଲାଗି କରାଯିବ। ଚିତାଲାଗି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ। ସ୍ନାନ ପୂର୍ଣ୍ଣିମା ଦିନ ମହାପ୍ରଭୁ ଅତ୍ୟଧିକ ସ୍ନାନ କରି ଜ୍ୱର ରୋଗରେ ପୀଡିତ ହୋଇ ଅଣସର ଘରେ ଥିଲେ। ସେହି ସମୟରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରୁ ଏହି ଚିତା ଗୁଡିକୁ କାଢ଼ି ନିଆ ଯାଇଥିଲା। ରଥଯାତ୍ରା ଦିନ ମହାପ୍ରଭୁଙ୍କୁ ସୋଲ ଚିତା ଲାଗି କରାଯାଇଥିଲା। ଆଜି ସେହି ସୋଲ ଚିତାକୁ କଢ଼ାଯାଇ ଅସଲ ଚିତା ଲାଗି କରାଯିବ। ଶ୍ରୀମନ୍ଦିରରେ ଭୋଗମଣ୍ଡପ ନୀତି ସରିବା ପରେ ଏହି ବିଶେଷ ନୀତି ଅନୁଷ୍ଠିତ ହେବ। ଶ୍ରୀଦେବୀ ଓ ଭୂଦେବୀ ରତ୍ନ ସିଂହାସନରୁ ଆସି ଖଟ ଶେଯରେ ବିଜେ କରିବେ। ତେବେ ପ୍ରଥମ ଭୋଗମଣ୍ଡପ ଶେଷ ହେବା ପରେ ଦିନ ୨ଟା ୩୦ ଟାରୁ ସନ୍ଧ୍ୟା ୬ ଟା ୩୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇ ଏହି ନୀତି ଅନୁଷ୍ଠିତ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି

Show More
Back to top button