ସତ୍ୟଶିଖା( ଭୁବନେଶ୍ୱର )୧୮.୦୮ . ୨୦୨୨: ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ। ଦ୍ୱାପରଯୁଗରେ ପ୍ରବଳ ପ୍ରତାପୀ କଂସକୁ ବଧ କରିବା ନିମନ୍ତେ ମାନବ ରୂପରେ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଧରାବତରଣ କରିଥିଲେ ଭଗବାନ ବିଷ୍ଣୁ।ଏହାଥିଲା ତାଙ୍କର ଶ୍ରୀକୃଷ୍ଣ ଅବତାର। କଂସଦ୍ୱାରା ବନ୍ଦୀ ଭଗ୍ନୀ ଦେବକୀଙ୍କ ଗର୍ଭରୁ ବନ୍ଦିଶାଳାରେ କୃଷ୍ଣ ଜନ୍ମ ଲାଭ କରିଥିଲେ। ବନ୍ଦିଶାଳାରେ ମାତା–ପିତାଙ୍କୁ ଶ୍ରୀକୃଷ୍ଣ ଜଣାଇଥିଲେ ତାଙ୍କର ଧରାବତରଣ ଉଦ୍ଦେଶ୍ୟ।ଶ୍ରୀକୃଷ୍ଣଙ୍କ ଏହି ପବିତ୍ର ଜନ୍ମ ଦିନକୁ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଏ। ଏ ଅବସରରେ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଅଛି ସ୍ୱତନ୍ତ୍ର ନୀତିକାନ୍ତି।
ଗତକାଲି ସଂନ୍ଧ୍ୟା ଆଳତି ସମୟରେ ଠାକୁରଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯାଇଥିଲା। ଏଥିସହ ସଂନ୍ଧ୍ୟାଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ ରଖାଯାଇଥିଲା। ଟେରା ବନ୍ଧା ହେବାପରେ ମହାପ୍ରଭୁଙ୍କ ନିକଟରେ ଯେଉଡ ଭୋଗ ଅର୍ଥାତ ସାଗ, ତରକାରୀ, ପିଠା, ଝିଲି, ଖିରି ଆଦି ରୋଷଘରୁ ଆସି ଅଣସର ପିଣ୍ଡିରେ ରଖାଯାଇଥିଲା। ମୁଦିରସ୍ତ ସେବାୟତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିଥିଲେ।