ଧର୍ମନ୍ୟୁଜ୍

ଆଜି ରତ୍ନସିଂହାସନରେ ବିରାଜିତ ହେବେ କାଳିଆ ସାଆନ୍ତେ।

ସତ୍ୟଶିଖା ୦୮/୦୭/୨୦୨୫: ଆଜି ସକାଳୁ ରଥ ଉପରେ ମହାପ୍ରଭୁଙ୍କ ମଙ୍ଗଳଆଳତୀ, ମଇଲମ, ଅବକାଶ, ଗୋପାଳବଲ୍ହଭ, ସକାଳଧୂପ, ମଧ୍ୟାହ୍ନ ଧୂପ, ସଂଧ୍ୟା ଆଳତୀ ଓ ସଂଧ୍ୟାଧୂପ ଶେଷହେବା ପରେ ଚାରମାଳ ବନ୍ଧାଯାଇ ଆରମ୍ଭ ହେବ ମହାପ୍ରଭୁଙ୍କ ଗୋଟି ପହଣ୍ଡି । ଅପରାହ୍ନ 4 ଟାରେ ପହଣ୍ଡି ଆରମ୍ଭ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ସ୍ଥିର କରିଥିବା ବେଳେ ରାତି 10ଟାରେ ପହଣ୍ଡି ଶେଷ ହେବ ବୋଲି କୁହାଯାଇଛି ।

ରତ୍ନବେଦୀରୁ ବାହୁଡି ଜନ୍ମବେଦୀରେ ଲୀଳାଖେଳା ସରିବା ପରେ ଆଜି ନୀଳକନ୍ଦରକୁ ବିଜେ କରିବେ ନୀଳାଦ୍ରୀନାଥ । ନବଦିନାତ୍ମକ ଯାତ୍ରା ଶେଷ କରି ଆଜି ରତ୍ନସିଂହାସନରେ ବିରାଜିତ ହେବେ କାଳିଆ ସାଆନ୍ତେ। ଆଜି ହେଉଛି ମହାପ୍ରଭୁଙ୍କ ପତିତପାବନ ଯାତ୍ରାର ଶେଷ ଦିନ , ଯାହାକୁ ନୀଳାଦ୍ରୀବିଜେ କୁହଯାଏ । ନୀଳାଦ୍ରି ବିଜେ ପାଇଁ ପ୍ରଶାସନିକ ସ୍ତରରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଗୋଟି ପହଣ୍ଡିରେ ରଥରୁ ଓହ୍ଲାଇ ଶ୍ରୀମନ୍ଦିର ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ। ସେଥିପାଇଁ ସେବାୟତ ମାନଙ୍କ ସହ ସମନ୍ୱୟ ରକ୍ଷାକରି ନୀତିକାନ୍ତି ମଧ୍ୟ ଚୂଡାନ୍ତ ହୋଇଛି ।

Show More
Back to top button