

ସତ୍ୟଶିଖା(ଭୁବନେଶ୍ୱର )୩୦.୧୦ .୨୦୨୧: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଏହା ସହିତ କରୋନା ମୃତୁ୍ୟ ସଂଖ୍ୟାରେ ମଧ୍ୟ ହ୍ରାସ ପରିଳକ୍ଷିତ ହେଉଛି । ଆଜି ରାଜ୍ୟରେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮୩୨୯କୁ ବୃଦ୍ଧି ପାଇଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ଜଣ, କଟକ ଓ ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହା ସହିତ ଆଜି କରୋନାରୁ ସୁସ୍ଥ ହୋଇଛନ୍ତି ୫୫୩ ଜଣ । ଏହାକୁ ମିଶାଇ ରାଜ୍ୟ ମୋଟ କରୋନା ସୁସ୍ଥକଙ୍କ ସଂଖ୍ୟା ୧୦ଲକ୍ଷ ୨୮ହଜାର ୨୦୭କୁ ବୃଦ୍ଧି ପାଇଛି । ଏହା ସହିତ ରାଜ୍ୟରେ ସକ୍ରିୟ ମାମଲା ୪୩୮୦ ରହିଛି ।
ଗତ ୨୪ଘଣ୍ଟାରେ ରାଜ୍ୟରେ ୩୭୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛିନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୧୮ ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୧୫୬ ଓ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ୬୫ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୪୦ହଜାର ୯୯୬ କୁ ବୃଦ୍ଧି ପାଇଛି ।