

ସତ୍ୟଶିଖା( ଭଦ୍ରକ/ କେନ୍ଦୁଝର)୨୦.୦୮ . ୨୦୨୨: ଆଜି ଭଦ୍ରକ ଜିଲ୍ଲାର ସମସ୍ତ ସ୍କୁଲ୍ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ପ୍ରବଳ ବର୍ଷା ପାଇଁ ଜିଲ୍ଲାର ସମସ୍ତ ସ୍କୁଲ୍ ଓ ଅଙ୍ଗନବାଡି କେନ୍ଦ୍ରକୁ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦେଇଛି ଜିଲ୍ଲା ପ୍ରଶାସନ। ତେବେ ସ୍କୁଲରେ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଉପସ୍ଥିତ ରହିବେ ବୋଲି କୁହାଯାଇଛି।
ସେହିପରି ଲଘୁଚାପ ଜନିତ ପ୍ରବଳ ବର୍ଷା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ଓ ଅଙ୍ଗନବାଡିକୁ ବନ୍ଦ ଘୋଷଣା କରିଛି କେନ୍ଦୁଝର ଜିଲ୍ଲା ପ୍ରଶାସନ। ଜିଲ୍ଲାରେ ପ୍ରବଳ ବର୍ଷା ସୂଚନା ଆଧାରରେ ଏହି ପଦକ୍ଷେପ ନିଆଯାଇଛି। ସ୍କୁଲରେ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଦେବା ପରେ କେନ୍ଦୁଝର ଜିଲ୍ଲା ଶିକ୍ଷାଧିକାରୀ ଏହି ନିଷ୍ପତ୍ତି ନେଇଛନ୍ତି।