ସତ୍ୟଶିଖା ୨୧/୦୮/୨୦୨୫: ଜଗନ୍ନାଥଙ୍କୁ କୃଷ୍ଣ ଓ ଶ୍ରୀ ବଳଭଦ୍ରଙ୍କୁ ବଳରାମ ରୂପରେ ସୁସଜ୍ଜିତ କରାଯିବ । ଦେବୀ ସୁଭଦ୍ରା ଚତୁର୍ଭୁଜ ଧାରଣ କରି ଭିନ୍ନଭିନ୍ନ ଆୟୁଧ ସହ ପଦ୍ମାସନରେ ଉପବେସନ କରିବେ । ଉଭୟ କୃଷ୍ଣ ଏବଂ ବଳରାମ କାଷ୍ଠ ନିର୍ମିତ ଦୁଇ ଗୋଡ଼ ଛନ୍ଦି ଛନ୍ଦପୟର ମୁଦ୍ରାରେ ରହିଥାନ୍ତି । କିରୀଟ ଉପରେ ସୋଲରେ ନିର୍ମିତ ସପ୍ତଫେଣିଆ ସର୍ପ ବିରାଜମାନ କରିଥାଏ । ଏହି ବେଶରେ ଶ୍ରୀ ଜଗନ୍ନାଥ ଓ ଶ୍ରୀ ବଳଭଦ୍ର ଗୋଟିଏ ଗୋଟିଏ ପାଗ ପିନ୍ଧିଥାନ୍ତି । ବାଙ୍କଚୂଳ କିରୀଟ ଉପରେ ପତ୍ରଲଗା କଦମ୍ବ ଫୁଲ ଶୋଭାପାଏ ।
ଏହି ବେଶରେ ଶ୍ରୀପୟର, ପାଉଁଜି,ବାଙ୍କି,ପାହୁଡ଼, ଗୋଡ଼ମୁଦି,ମଲ୍ଲୀକଢ଼,ଚନ୍ଦ୍ର, ଚିତା,ନାକଚଣା,ହାତଫେର,ଖଡୁ ଇତ୍ୟାଦିରେ ସାରା ଶରୀର ମହାପ୍ରଭୁଙ୍କ ଶୋଭା ପାଇଥାଏ । ଶ୍ରୀ ବଳଭଦ୍ର ଓ ଶ୍ରୀ ଜଗନ୍ନାଥଙ୍କ ଦୁଇ ପାର୍ଶ୍ୱରେ ନନ୍ଦ, ଉପନନ୍ଦ, ବସୁଦେବ, ଗୋପାଳ ବାଳକମାନେ, ଗୋପୀ, ବ୍ରହ୍ମା, ସହସ୍ର ଚକ୍ଷୁ ଇନ୍ଦ୍ର, ନାରଦ, ରୋହିଣୀ ଓ ଯଶୋଦାଙ୍କୁ ଦଣ୍ଡାୟମାନ ଭଙ୍ଗୀରେ ରଖାଯାଏ । ଏହି ବେଶରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି |