ସତ୍ୟଶିଖା( ଭୁବନେଶ୍ୱର)୦୮.୦୮ . ୨୦୨୨: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ। ଅପରାହ୍ନ ୪ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ପରୀକ୍ଷାଫଳ ପ୍ରକାଶ ପାଇବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ସୂଚନା ଅନୁସାରେ, www.odisharesults.nic.inରେ ରେଜଲ୍ଟ ଉପଲବ୍ଧ ହେବ। ଛାତ୍ରଛାତ୍ରୀମାନେ ଏହି ୱେବସାଇଟ୍ ମାଧ୍ୟମରେ ପରୀକ୍ଷାଫଳ ଦେଖିପାରିବେ। ଯୁକ୍ତ ଦୁଇ କଳା ସହ ୮ ତାରିଖରେ ଧନ୍ଦାମୂଳକ ଶିକ୍ଷାର ଫଳ ମଧ୍ୟ ପ୍ରକାଶ ପାଇବ।ସୂଚନାଯୋଗ୍ୟ, ଜୁଲାଇ ୨୭ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶ ପାଇଥିଲା। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପରୀକ୍ଷା ଫଳ ଘୋଷଣା କରିଥିଲେ। ବିଜ୍ଞାନରେ ପାସ୍ ହାର ୯୪ ପ୍ରତିଶତ ରହିଥିବା ବେଳେ ବାଣିଜ୍ୟରେ ପାସ୍ ହାର ୮୯ ପ୍ରତିଶତ ରହିଥିଲା। ଚଳିତ ବର୍ଷ ୭୨,୧୦୬ ଜଣ ବିଜ୍ଞାନରେ ପାସ୍ କରିଥିବା ବେଳେ ୨୧,୧୬୫ ଜଣ ବାଣିଜ୍ୟରେ ପାସ୍ କରିଥିଲେ ।
ଚଳିତ ବର୍ଷ ରାଜ୍ୟର ୧୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ୍ ୩ ଲକ୍ଷ ୨୧ ହଜାର ୫୦୮ ପରୀକ୍ଷାର୍ଥୀ ଯୁକ୍ତ ଦୁଇ ପରୀକ୍ଷା ଦେଇଥିଲେ । କଳାରେ ୨ଲକ୍ଷ ୧୩ ହଜାର ୪୩୨ ଜଣ ପରୀକ୍ଷାର୍ଥୀ ଥିବାବେଳେ ବିଜ୍ଞାନରେ ୭୮ ହଜାର ୭୭ ଜଣ, ବାଣିଜ୍ୟରେ ୨୪ ହଜାର ୧୩୬ ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ପରୀକ୍ଷା ଦେଇଥିଲେ। ମହାମାରୀ ପାଇଁ ଲଗାତର ୨ବର୍ଷ ଧରି ଅନଲାଇନ ପରୀକ୍ଷା ପରେ ଏଥର ଅଫଲାଇନ ପରୀକ୍ଷା ଦେଇଥିଲେ ଛାତ୍ରୀଛାତ୍ରୀ।
ସମ୍ବନ୍ଧିତ ଖବର
-
ବିଶ୍ୱ ବିଦ୍ୟାଳୟ କ୍ୟାମ୍ପସରେ ପାଳନ ହେବ ରାଗିଂ ମୁକ୍ତ କ୍ୟାମ୍ପସ ଦିନ । -
ଜମ୍ମୁ-କଶ୍ମୀରର ବିଭିନ୍ନ ଅଞ୍ଚଳରେ “ଆଜାଦୀ କା ଅମୃତ ମହୋତ୍ସବ” ଅନ୍ତର୍ଗତ “ହର ଘର ତ୍ରିରଙ୍ଗା” ଅଭିଯାନରେ ତ୍ରିରଙ୍ଗା ରାଲି କରାଯାଉଛି । -
ନିର୍ଦ୍ଧାରିତ ୩୧ ତାରିଖରେ ହୋଇନପାରେ OTETର ସାନି ପରୀକ୍ଷା। -
ଆଜି ବିଶ୍ବ ହସ୍ତୀ ଦିବସ । -
ଆଜି ସଂସଦରେ ଉପସ୍ଥାପିତ ହେବ ନୂଆ ଆୟକର ବିଧେୟକ। -
ସୋମବାର ପଶ୍ଚିମ ତୁର୍କୀରେ ବାଲିକେସିର ପ୍ରଦେଶରେ ୬.୧ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। -
ଦାୟିତ୍ବ ନେଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । -
ଆଜିଠୁ ଆରବ ସାଗରରେ ଉଭୟ ଭାରତ ଓ ପାକିସ୍ତାନର ନୌସେନା ସମରାଭ୍ୟାସ । -
ସେନାଙ୍କୁ ମିଳିବ ପ୍ରଥମ ସ୍ବଦେଶୀ ମିଡିୟମ୍ ମେସିନ୍ ଗନ୍- MMG। -
ଖୁବଶୀଘ୍ର ଭାରତ ଆସିବେ ରୁଷିଆ ରାଷ୍ଟ୍ରପତି ପୁଟିନ ।