ଦେଶନ୍ୟୁଜ୍ବିଦେଶ

ଆଜି ଜାତୀୟ ପାଣିପାଗ କନକ୍ଲେଭ୍

ସତ୍ୟଶିଖା (ନୂଆଦିଲ୍ଲୀ) ୦୪/୦୧/୨୦୨୧ :  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅର୍ଥାତ ସୋମବାର ଭିଡ଼ିଓ କନ୍‍ଫରେନ୍ସିଂ ମାଧ୍ୟମରେ ଜାତୀୟ ପାଣିପାଗ କନ୍‍କ୍ଳେଭରେ ଉଦ୍‍ଘାଟନ କରିବେ । ଏହି ଅବସରରେ ସେ ଜାତୀୟ ଆଟମିକ ଟାଇମ ସ୍କେଲ୍‍ ଏବଂ ଭାରତୀୟ ନିର୍ଦ୍ଦେଶକ ଦ୍ରବ୍ୟ ଅନୁଷ୍ଠାନକୁ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ । ଏହାଛଡ଼ା ପ୍ରଧାନମନ୍ତ୍ରୀ ଜାତୀୟ ପରିବେଶ ମାନକ ଗବେଷଣାଗାରର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିବେ । ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ ଏହି ସମାରୋହରେ ଯୋଗଦେବେ । ନ୍ୟାସନାଲ୍‍ ଆଟମିକ ଟାଇମ ସ୍କେଲ୍‍ ଭାରତୀୟ ଷ୍ଟାଣ୍ଡାର୍ଡ ଟାଇମ୍‍କୁ ୨ ଦଶମିକ ୮ ନାନୋ ସେକେଣ୍ଡ୍‍ ପର୍ଯ୍ୟନ୍ତ ଠିକ ଭାବେ ଦର୍ଶାଇବ । ଭାରତୀୟ ନିର୍ଦ୍ଦେଶକ ଦ୍ରବ୍ୟ ସଂସ୍ଥା ବିଭିନ୍ନ ଗବେଷଣାଗାରରେ ହେଉଥିବା ପରୀକ୍ଷା ଏବଂ ବ୍ୟବହୃତ ଯନ୍ତ୍ରାଂଶର ଗୁଣାତ୍ମକ ମାନକକୁ ଅନ୍ତର୍ଜାତୀୟ ମାନଦଣ୍ଡ ଅନୁଯାୟୀ ପ୍ରସ୍ତୁତ କରିବାରେ ସହାୟତା କରିବ । ନୂଆଦିଲ୍ଲୀସ୍ଥିତ ସି.ଏସ୍‍.ଆଇ.ଆର୍‍.-ଏନ୍‍.ପି.ଏଲ୍‍ ସଂସ୍ଥାର ୭୫ ବର୍ଷ ପୂର୍ତ୍ତି ପାଳନ ଅବସରରେ ଏହି କନକ୍ଲେଭର ଆୟୋଜନ କରାଯାଇଛି । ଚଳିତବର୍ଷର ଶୀର୍ଷକ ହେଉଛି “ଜାତୀୟ ସାମଗ୍ରିକ ଅଭିବୃଦ୍ଧିରେ ପାଣିପାଗର ଭୂମିକା” ।

Show More
Back to top button