ଧର୍ମ

ଆସନ୍ତାକାଲି ପବିତ୍ର ଜନ୍ମାଷ୍ଟମୀ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି l

ସତ୍ୟଶିଖା ( ପୁରୀ ) ୧୦ .୦୮.୨୦୨୦ :  ଆସନ୍ତାକାଲି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଅର୍ଥାତ ପବିତ୍ର ଜନ୍ମାଷ୍ଟମୀ । ପ୍ରଭୁ ଶ୍ରୀକୃଷ୍ଣ ଜନ୍ମ ଉତ୍ସବ । ଏଥିପାଇଁ ଆଜି ଶ୍ରୀମନ୍ଦିରରେ ସଂନ୍ଧ୍ୟା ଆଳତି ବେଶରେ ଠାକୁରଙ୍କୁ ଛଅ ମୂର୍ତ୍ତି ଅଳଙ୍କାର ଲାଗି କରାଯିବ । ସଂନ୍ଧ୍ୟାଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ । ଟେରା ବନ୍ଧା ହେବାପରେ ମହାପ୍ରଭୁଙ୍କ ନିକଟରେ ଯେଉଡ ଭୋଗ ଅର୍ଥାତ ସାଗ, ତରକାରୀ, ପିଠା, ଝିଲି, ଓରିଆ, ଖିରି ଆଦି ରୋଷଘରୁ ଆସି ଅଣସର ପିଣ୍ଡିରେ ରଖାଯିବ ।ମୁଦିରସ୍ତ ସେବାୟତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିବେ । ତିନି ପୂଜାପଣ୍ଡା ପଞ୍ଚାକ୍ଷର ମନ୍ତ୍ରରେ ପୂଜା କରିବା ସହ ପଣ୍ଡା, ପତି ଓ ମୁଦିରସ୍ତ ତିନିବାଡରେ ବନ୍ଦାପନା କରିବେ । ଏହାକୁ ଗର୍ଭଉଦକ ବନ୍ଦାପନା କୁହାଯାଇଥାଏ । ସ୍ୱୟଂ ଶ୍ରୀଜଗନ୍ନାଥ ମହାପ୍ରଭୁ ଦେବକୀ ରୂପ ଧାରଣ କରି ଗର୍ଭ ଧାରଣ କରିଥିବାରୁ ସୁଖ ପ୍ରସବ ଲାଗି ତାଙ୍କୁ ଜେଉଡ ପ୍ରସାଦ ଲାଗି କରାଯାଇଥାଏ ।

Show More
Back to top button