ରାଜ୍ୟ

ପୁଣି ଶୀତ ବଢ଼ିବ…!

ସତ୍ୟଶିଖା (ଭୁବନେଶ୍ୱର) ୧୫/୧୨/୨୦୨୦ : ରାଜ୍ୟର ସର୍ବନିମ୍ନ ତାପମାତ୍ରା ବଢ଼ିବାରୁ ଏବେ ଶୀତ କମିଛି । ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାର ସର୍ବନିମ୍ନ ତାପମାତ୍ରା ଏବେ ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରି ଅଧିକ ରହିଛି । ଅନ୍ୟପଟେ ରାଜ୍ୟର ବିଭିନ୍ନ ସ୍ଥାନରେ ଏବେ ହାଲ୍କାରୁ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳୁଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୨/୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ । ୧୬ ତାରିଖ ଆଡ଼କୁ ଉପାନ୍ତ ଉତ୍ତର-ପଶ୍ଚିମ ଜିଲ୍ଲାଗୁଡ଼ିକରେ ସ୍ଵଳ୍ପ ବର୍ଷା ହୋଇପାରେ । ଅବଶିଷ୍ଟ ଅଞ୍ଚଳର ପାଗ କୋହଲା ରହିବ । ଫଳରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇବ । ୧୮ ତାରିଖ ଆଡ଼କୁ ପୁଣି ରାଜ୍ୟର ସର୍ବନିମ୍ନ ତାପମାତ୍ରା ଖସିବ । ୧୯ ତାରିଖ ସୁଦ୍ଧା ରାତ୍ରି ତାପମାତ୍ରା ୪ ଡିଗ୍ରି ପର୍ଯ୍ୟନ୍ତ ଖସିବ ଓ ରାଜ୍ୟରେ ଶୀତ ଆରମ୍ଭ ହୋଇଯିବ ବୋଲି କେନ୍ଦ୍ର କହିଛି ।ଗତ ୨୪ ଘଣ୍ଟାରେ ରାଜ୍ୟର ସମସ୍ତ ସ୍ଥାନରେ ପାଗ ଶୁଖିଲା ରହିଥିଲା । କଟକ, ଜଗତସିଂହପୁର, ଅନୁଗୁଳ, କେନ୍ଦୁଝର, କୋରାପୁଟ, ମାଲକାନଗିରି ଓ ନୟାଗଡ଼ ଆଦି ଜିଲ୍ଲାରେ ହାଲ୍କାରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିଥିଲା । ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାର ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରି ଅଧିକ ରହିଛି । ରାଜ୍ୟ ସର୍ବନିମ୍ନ ତାପମାତ୍ରା ଫୁଲବାଣୀଠାରେ ୧୨ ଡିଗ୍ରି ରେକର୍ଡ ହୋଇଛି । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ୧୬ ତାରିଖ ଉପାନ୍ତ ଉତ୍ତର-ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକ ଯଥା, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ଜିଲ୍ଲାରେ ସ୍ଵଳ୍ପ ବର୍ଷା ହେବ । ଅବଶିଷ୍ଟ ଜିଲ୍ଲାରେ ପାଗ ଶୁଖିଲା ଓ କୋହଲା ରହିବ ।

ଦକ୍ଷିଣ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ସୁନ୍ଦରଗଡ଼, ବୌଦ୍ଧ ଆଦି ଜିଲ୍ଲାରେ ଆଜି ହାଲ୍କାରୁ ମଧ୍ୟମଧରଣର ବର୍ଷା ହେବ । ଆସନ୍ତା ୩/୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ଏହା ପରେ ୪ ଡିଗ୍ରି ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନର ତାପମାତ୍ରା ହ୍ରାସ ପାଇବ । ୧୮ ଓ ୧୯ ତାରିଖ ଆଡ଼କୁ ରାଜ୍ୟର ପାରଦ ୪ ଡିଗ୍ରି ପର୍ଯ୍ୟନ୍ତ ଖସିବ । ଭୁବନେଶ୍ୱରର ତାପମାତ୍ରା ଆଜି ବି ୧୯ ଡିଗ୍ରି ପାଖାପାଖି ରହିବ ବୋଲି କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି ।

Show More
Back to top button