ନ୍ୟୁଜ୍ରାଜ୍ୟସ୍ୱାସ୍ଥ୍ୟ

ରାଜ୍ୟରେ ୨୫୪ ପଜିଟିଭ୍ ଚିହ୍ନଟ

ସତ୍ୟଶିଖା( ଭୁବନେଶ୍ୱର )୦୯.୦୯ . ୨୦୨୨:  ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୯୭୨୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୯୭୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୯୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୮୭୯୮ଜଣ ସୁସ୍ଥ ହୋଇଛନ୍ତି ।

Show More
Back to top button