ସତ୍ୟଶିଖା(ଭୁବନେଶ୍ୱର )୦୨.୦୩.୨୦୨୧:
ମେଷ – ସାମୟିକ ପ୍ରତିବନ୍ଧକ ଥିଲେ ମଧ୍ୟ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ । ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ । ଶୁଭ ରଙ୍ଗ ମେରୁନ୍। ଶୁଭ ଅଙ୍କ ୬ ।
ବୃଷ – ବନ୍ଧୁମାନଙ୍କ ସାହାଯ୍ୟରେ ଆର୍ଥିକ ସମସ୍ୟା ଦୂର ହେବ । କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।
ମିଥୁନ – ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇବେ । ନିରୁଦ୍ଦିଷ୍ଟ ବ୍ୟକ୍ତିଙ୍କ ଖୋଜ ଖବର ପାଇପାରନ୍ତି । କାର୍ଯ୍ୟ ସକାଶେ ଅନୁତାପ କରିବାକୁ ପଡିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
କର୍କଟ – ଦୂରଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତିଙ୍କ ଠାରୁ ଦୂରେଇ ରହିବା ଭଲ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।
ସିଂହ – ଦୀର୍ଘଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । କାର୍ଯ୍ୟ ବ୍ୟସ୍ତତା ଯୋଗୁ ବିଶ୍ରମର ଅବସର ପାଇବେ ନାହିଁ । ଭ୍ରାତୃ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
କନ୍ୟା – ନିକଟ ସମ୍ପର୍କୀୟଙ୍କ ଭଲ କରିବାକୁ ଯାଇ ଅପଦସ୍ଥ ହେବେ । ଚିନ୍ତା କରିଥିବା କାମଗୁଡିକ ବାସ୍ତବରେ ଓଲଟା ହେବ । ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ତୁଳା – ଆଜି ଦିନଭିତରେ ଭାବୁଥିବା କାମଟିକୁ ଶେଷ କରିପାରିବେନି । ବନ୍ଧୁମାନେ ଅସହ-ଯୋଗ ମନୋବୃତ୍ତି ପୋଷଣ କରିବେ । ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ବିଛା – ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ । ବ୍ୟବସାୟରେ ମତାନ୍ତର ଦେଖା ଦେଇପାରେ । ଶୁଭ ଅଙ୍କ ଲାଲ୍ । ଶୁଭ ଅଙ୍କ ୨ ।
ଧନୁ – ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ । ବନ୍ଧୁଙ୍କ ପରାମର୍ଶରେ ନୂତନ କର୍ମସସ୍ଥାନ ପାଇଁ ମନ ବଳିବ । ଧୈର୍ଯ୍ୟର ସହ ସବୁ କାର୍ଯ୍ୟ ସମାପନ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
ମକର – ଘରେ ବନ୍ଧୁମିଳନ ଘଟି ଆମୋଦ ପ୍ରମୋଦର ସୁଅ ଛୁଟିବ । ଚାକିରିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
କୁମ୍ଭ – ପ୍ରତିବେଶୀ ସୌହାର୍ଦ୍ଦରୁ ଉପକୃତ ହେବେ । ବନ୍ଧୁଙ୍କ ଅଯାଚିତ ଆଦର ଓ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । ରୋଜଗାର ପନ୍ଥା ଖୋଲିଯିବାରୁ ମନ ଆନନ୍ଦିତ ରହିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
ମୀନ- ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ । ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । କାର୍ଯ୍ୟ କଲେ ଉପକୃତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।