ମଙ୍ଗଳବାର ରାଶିଫଳ: କେମିତି କଟିବ ଆଜିର ଦିନ

ସତ୍ୟଶିଖା( ଭୁବନେଶ୍ୱର )୧୧.୧୦.୨୦୨୨:

ମେଷ: ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ । ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାକୁ ସମର୍ଥ ହେବେ ।

ବୃଷ:  ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ ।  ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ । କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବେ ନାହିଁ ।

ମିଥୁନ: ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆର୍ଥିକ ସମସ୍ୟାର ସମାଧାନ ହେବ। ଗତକାଲିଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ ଶୁଭ ଫଳ ମିଳିବ।

କର୍କଟ: ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ। ବନ୍ଧୁ ଦର୍ଶନର ସୁଯୋଗ ଅଛି। ଅପରାହ୍ନରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ।

ସିଂହ: ଆଜି ବିଳମ୍ବିତ ହେଲେ ମଧ୍ୟ  ସମସ୍ତ କାର୍ଯ୍ୟ ସାଧିତ ହେବ । ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।

କନ୍ୟା: ଆଜି ପ୍ରତ୍ୟେକ ପରିସ୍ଥିତିକୁ ଲାଘବ କରିବା ଦିଗରେ ଆପଣଙ୍କ ନରମ କଥା ଓ କିଛିଟା ଅର୍ଥବ୍ୟୟ ସାହାଯ୍ୟ କରିବ । ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି। ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗରେ ମନୋନିବେଶ କରିବେ।

ତୁଳା: ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି ଅବଶ୍ୟ ପାଇବେ। ବହୁଦିନରୁ ଅଟକି ରହିଥିବା କାର୍ଯ୍ୟ ପୁନର୍ବାର ଆରମ୍ଭ କରିବାକୁ ଅଗ୍ରସର ହେଲେ ସେଥିରେ ସଫଳ ହେବେ। କୌଣସି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ ।

ବିଛା: ଆଜି ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଯେକୌଣସିମତେ  ଅର୍ଥ ରୋଜଗାର ହେବ। ମହିଳାମାନେ ଗୃହ କର୍ମରେ ପ୍ରଶଂସନୀୟା ହେବେ।

ଧନୁ: ଆଜି ଦୂର ଯାତ୍ରା କରିବାର ସୁଯୋଗ ପାଇପାରିବେ । ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ଅନୁକୂଳ ରହିବ । କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ

ମକର: ଆଜି ଉପୁଜିଥିବା ପ୍ରତିବନ୍ଧକକୁ ବନ୍ଧୁଙ୍କ ମାଧ୍ୟମରେ ସମାଧାନ କରିବେ । କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି । ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ଦେଖାଦେଇପାରେ ।

କୁମ୍ଭ : ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ । କର୍ମକ୍ଷେତ୍ରରେ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ମନସ୍ତାପ  କରିବେ । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ ।

ମୀନ: ଆଜି ଦିନଟି ଆପଣଙ୍କ ପାଇଁ ଲାଭପ୍ରଦ ହେବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ ।  ଅବହେଳାଜନିତ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ ।

Exit mobile version