ମଙ୍ଗଳବାର ରାଶିଫଳ : ଆସନ୍ତୁ ଜାଣିବା ଆପଣଙ୍କ ଆଜିର ଦିନ କିପରି କଟିବ l


ସତ୍ୟଶିଖା ( ମଙ୍ଗଳବାର ) ୦୮/୧୨/୨୦୨୦ :
ମେଷ – ପାରିବାରିକ ପରିସ୍ଥିତି ନିଶ୍ଚୟ ଭଲ ରହିବ । ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ । ପରିବହନ ତଥା ବାଣିଜ୍ୟ ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ବୃଷ – କର୍ମକ୍ଷେତ୍ରରେ ସହକର୍ମୀଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ । ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ, ଯାହା କି ଆପଣଙ୍କ ସକାଶେ ହିତକାର ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ମିଥୁନ – ଆର୍ଥିକ ଦିଗରୁ ଉପକୃତ ହେବେ ଏବଂ ବକେୟା ମଧ୍ୟ ପାଇପାରନ୍ତି । କର୍ମକ୍ଷେତ୍ରରେ ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ । ଅନ୍ୟମନସ୍କତାର ସୁଯୋଗ ନେଇ ବନ୍ଧୁ ଅସୁବିଧାରେ ପକାଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
କର୍କଟ – ସ୍ୱାସ୍ଥ୍ୟ ପ୍ରାୟତଃ ଭଲ ରହିବା ସଙ୍ଗକୁ କଳ୍ପନା ବିଳାସୀ ହୋଇପାରନ୍ତି । ପାରିବାରିକ କ୍ଷେତ୍ରରେ ଦୀର୍ଘଦିନର ଆଶା ଫଳବତୀ ହେବ । ଘରେ ନ ଥିବା ସମୟରେ କୌଣସି ଶୁଭ ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ସିଂହ – କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମ କରି ଅଭିଳଷିତ ଜିନିଷ ହାସଲ କରିବେ । ସାମାଜିକ ସ୍ତରରେ ମଧ୍ୟ ସମ୍ମାନ ଲାଭ କରିବାର ଯୋଗ ରହିଛି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।
କନ୍ୟା – ଲକ୍ଷ୍ୟ ହାସଲ କରିବା ପରିପ୍ରେକ୍ଷୀରେ ମିଠା କଥା କହି ବନ୍ଧୁକୁ ଆପଣାର କରିବେ । ଅନ୍ୟମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
ତୁଳା – ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍ ମାର୍ଗ ଅନୁସରଣ କଲେ ଅସୁବିଧାର ସମ୍ମୁଖୀନ ହେବେ । କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ରଙ୍ଗ ୯ ।
ବିଛା – ଅନୁରାଧା ନକ୍ଷତ୍ର ଆଗାମୀ ସମୟର କାର୍ଯ୍ୟ ସକାଶେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି । ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସମସ୍ୟାକୁ ବଢାଇ ପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଧନୁ – ଅଧିକାଂଶ ସମୟ ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁଁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ସ୍ୱାସ୍ଥ୍ୟ ସମସ୍ୟା ମଧ୍ୟ ମାନସିକ ଅସୁସ୍ଥତାର ଅନ୍ୟ ଏକ କାରଣ ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ମକର – ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ । ଆକସ୍ମିକ ଭାବେ ଭ୍ରମଣ ସୁଯୋଗ ଲାଭ କରିବେ ଏବଂ ଅଧିକାଂଶ ସମୟ ଆଳାପ ଆଲୋଚନାରେ କଟାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
କୁମ୍ଭ – ପରିବାରର ଆବଶ୍ୟକତା ପୁରଣ କରିବା ସକାଶେ ଧାର ଉଧାର କରିବାକୁ ପଡିପାରେ । ଶିକ୍ଷାରେ ସଫଳତା ଲାଭ କରିବେ ଏବଂ ପ୍ରଶଂସିତ ମଧ୍ୟ ହୋଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।
ମୀନ – କର୍ମକ୍ଷେତ୍ରରେ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ । ଉତ୍ତରଭାଦ୍ରବ ସକାଶେ ଈର୍ଷାପରାୟଣ ବିରୋଧୀ ପକ୍ଷ ସକ୍ରିୟ ହୋଇ ଉଠିପାରନ୍ତି । ଶୁଣା କଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।