ମଙ୍ଗଳବାର ରାଶିଫଳ : ଆସନ୍ତୁ ଜାଣିବା ଆପଣଙ୍କ ଆଜିର ଦିନ କିପରି କଟିବ l

ସତ୍ୟଶିଖା ( ମଙ୍ଗଳବାର ) ୩/୧୧/୨୦୨୦ :

ମେଷ – ସକାଳୁ ସକାଳୁ ସ୍ୱାସ୍ଥ୍ୟ ସମସ୍ୟାର ସମାଧାନ ଓ ପୂର୍ବ ଶତ୍ରୁତା ସମ୍ପର୍କିତ ଚିନ୍ତା କରିବେ । ଆନୁଷ୍ଠାନିକ କାମରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।

ବୃଷ – ଅନ୍ୟମାନଙ୍କୁ ମନେଇ ନିଜ ଆଡକୁ ଆକର୍ଷିତ କରିବା ପାଇଁ ବିଭିନ୍ନ ପ୍ରକାର ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ଅପ୍ରିୟସତ୍ୟ କଥା ସମସ୍ୟା ସୃଷ୍ଟି କରିବାର ଆଶଙ୍କା ରହିଛି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।

ମିଥୁନ – କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମ ସକାଶେ ଅନୁତାପ କରିବାକୁ ପଡିପାରେ । ଭ୍ରମଣ ରାଜନୀତି,ପ୍ରଶାସନ, ସଭାସମିତି, ଲେଖାପଢା, ଯାତ୍ରା ପାଇଁ ଦିନଟି ବହୁତ ଭଲ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

କର୍କଟ – ସାଧାରଣ କଥାକୁ କଳହ କିମ୍ବା ମନାନ୍ତର ଘଟିବାର ଆଶଙ୍କା ଉତ୍ପନ ହୋଇପାରେ । ଟିକିଏ କଥାରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ଯାହା କି ପାରିବାରିକ ସମସ୍ୟାକୁ ବଢାଇଦେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।

ସିଂହ – ପୂର୍ବର କଳହକୁ କେନ୍ଦ୍ର କରି ନିଜର ଆତ୍ମୀୟ ଓ ପାଖ ପଡୋଶୀଙ୍କ ସହ ସମ୍ପର୍କ ଭଲ ରହିବ ନାହିଁ । ବିଳମ୍ବରେ କାମ ଗୁଡିକ ଠିକ୍ ଭାବରେ ସମ୍ପନ୍ନ ହେବାରୁ ମନସ୍ତାପ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।

କନ୍ୟା – କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ସାମାଜିକ କ୍ଷେତ୍ରରେ ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ । ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।

ତୁଳା – ମନ ଚାହୁଁ ନ ଥିଲେ ମଧ୍ୟ ସମୟ ଓ ପରିସ୍ଥିତିକୁ ନେଇ କରିବାକୁ ବାଧ୍ୟ ହୋପାରନ୍ତି । ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ସହକର୍ମୀ କିମ୍ବା ବନ୍ଧୁଙ୍କ ସହ ବିତର୍କ ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।

ବିଛା – ମିତ୍ର ବନ୍ଧୁମାନଙ୍କ ଦ୍ୱାରା ଅର୍ଥ ଓ ସମ୍ମାନ ଲାଭ କରିବେ । ଈର୍ଷାପରାୟଣ ବ୍ୟକ୍ତିଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ଆଶଙ୍କା ରହିଛି । ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଲୋଚନାରୁ ମନ ଖୁସୀ ହୋଇଯିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ଧନୁ – ଆଜିର ପ୍ରତ୍ୟୁଷ ଯାତ୍ରାରେ ବନ୍ଧୁମିଳନ ସଙ୍ଗକୁ ମୂଲ୍ୟବାନ ଦ୍ରବ୍ୟ ପ୍ରାପ୍ତିର ସମ୍ଭାବନା ରହିଛି । ଅଫିସରେ କିମ୍ବା ଫେରିବା ରାସ୍ତାରେ ଜଣେ ବନ୍ଧୁଙ୍କୁ ମିଶିବାର ସୁଯୋଗ ଲାଭ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।

ମକର – ଆଜିର କର୍ମକ୍ଷେତ୍ରରେ କୌଣସି ଅପରିଚିତ ବ୍ୟକ୍ତି ଦ୍ୱାରା କାମ ହାସଲ କରିବେ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଯୁକ୍ତିତର୍କ କାରଣରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।

କୁମ୍ଭ – ମାନସିକ ଅସ୍ଥିରତା ବୃଦ୍ଧି ପାଇବା ପଛରେ ପରିବାରରେ ଅଶାନ୍ତି ବାତାବରଣ ମୁଖ୍ୟ କାରଣ ହୋଇପାରେ । ଆକସ୍ମିକ ଭାବେ ବସ୍ତ୍ରଭୂଷଣ, ଅର୍ଥ ଓ ସମ୍ମାନ ଲାଭ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।

ମୀନ – ନିକଟ ସମ୍ପର୍କୀୟମାନଙ୍କ ସାହାର୍ଯ୍ୟ ଲାଭ କରି ସହଜ ଓ ସୁବିଧାରେ କାମ ହାସଲ କରିବେ । ପାରିବାରିକ ଅଶାନ୍ତିର ସମାପ୍ତ ଘଟାଇବା କ୍ଷେତ୍ରରେ ବନ୍ଧୁଙ୍କ ଅବଦାନ ସମାପ୍ତି ଘଟାଇବା କ୍ଷେତ୍ରରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।

Exit mobile version