ରାଶିଫଳ

ମଙ୍ଗଳବାରରାଶିଫଳ : ଆଜିର ଦିନଟି କେମିତି କଟିବ ଆସନ୍ତୁ ଜାଣିବା l

ସତ୍ୟଶିଖା : ୨୫/୦୨/୨୦୨୫:

ମେଷ– ସଫଳତା ହାସଲ ହେବ। ପୂର୍ବରୁ ବନ୍ଦ ହୋଇଥିବା କାର୍ଯ୍ୟ ସମାପ୍ତ ହେବ। ଭାଇଙ୍କ ସହିତ ବିବାଦ ହୋଇପାରେ । ଛାତ୍ରମାନେ ଏକ ଏକାଗ୍ର ମନ ସହିତ ଶିକ୍ଷା ପାଇବାକୁ ଚେଷ୍ଟା କରିବା ଉଚିତ୍ । ପ୍ରେମ ସଂପର୍କରେ ମନୋମାଳିନ୍ୟ ଦେଖାଦେବ ।

ବୃଷ– ବୃଷ ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ପ୍ରଭାବଶାଳୀ ରହିବ। ଭୂମି କ୍ରୟ କରିବେ। କର୍ମ କ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସମର୍ଥନ ପାଇବେ। ପାରିବାରିକ ଜୀବନ ସୁଖମୟ ହେବ। ବିଦ୍ୟାର୍ଥୀମାନେ ସଫଳତା ପାଇବେ ।

ମିଥୁନ– ନୂଆ ରୋଜଗାରର ପନ୍ଥା ପାଇବେ। ରାଜନୀତିରେ ସଫଳ ହେବେ। ବ୍ୟବସାୟରେ ଲାଭ ହେବ । ନୂତନ ଚାକିରିର ଯୋଗ ଅଛି। ମିଳୁନଥିବା ଟଙ୍କା ଫେରି ପାଇବେ। ଘରେ ଖୁସିର ପରିବେଶ ରହିବ । ବିଦ୍ୟାର୍ଥୀ ଉପକୃତ ହେବେ ।

କର୍କଟ– କାମ କରିବା ସମୟରେ ସାବଧାନ ରୁହନ୍ତୁ। ଚୋରି ଭୟ ଥିବାରୁ ମୂଲ୍ୟବାନ ସାମଗ୍ରୀର ଯତ୍ନ ନିଅନ୍ତୁ । କିଛି ଭଲ ଖବର ପାଇ ଖୁସି ଅନୁଭବ କରିବେ। ମନରେ ଶାନ୍ତି ରହିବ ଚାକିରି ଏବଂ ବ୍ୟବସାୟରେ ନୂତନ ସୁଯୋଗ ମିଳିବ ।

ସିଂହ– ଦିନଟି ଖୁସିରେ କଟିବ। ପରିବାରର ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଚାକିରିରେ ଚାପ ବୃଦ୍ଧି ପାଇବ | ଲାଗିଥିବା ସମସ୍ୟାର ସମାଧାନ ହେବ। ବ୍ୟବସାୟରେ ଅଳ୍ପ ପରିଶ୍ରମରେ ଅଧିକ ଲାଭ ଯୋଗ ରହିଛି । ବିଦ୍ୟାର୍ଥୀମାନେ ସାମାନ୍ୟ ଚିନ୍ତାରେ ରହିବେ ।

କନ୍ୟା– କାମ କରିବାକୁ ନୂଆ ସୁଯୋଗ ପାଇବେ । ସମସ୍ୟାର ସମାଧାନ ହେବ । ପରିବାର ସଦସ୍ୟ ସାହାଯ୍ୟ କରିବେ। ପୁରୁଣା ବନ୍ଧୁଙ୍କୁ ଭେଟି ଖୁସି ଅନୁଭବ କରିବେ । ବ୍ୟବସାୟରେ କ୍ଷତି ହେବ । ବିଦ୍ୟାର୍ଥୀମାନଙ୍କର ଭ୍ରମଣ ଯୋଗ ରହିଛି ।

ତୁଳା– ମୂଲ୍ୟବାନ ବସ୍ତୁ କ୍ରୟ କରିବେ। ବ୍ୟବସାୟରେ ଉନ୍ନତି ହେବ। ପତି-ପତ୍ନୀଙ୍କ ସମର୍ଥନରେ ପରିବାର ଆଗକୁ ବଢ଼ିବ। ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଦିନଟି ଭଲ ରହିଛି।

ବିଛା– ଦିନଟି ମିଶ୍ର ଫଳ ପ୍ରଦାନ କରିବ। ଅଟକି ରହିଥିବା କାର୍ଯ୍ୟ ଶେଷ ହେବ। ଭ୍ରମଣ ଯୋଗ ରହିଛି । ସାମାଜିକ କାର୍ଯ୍ୟରେ ଜଡ଼ିତ ହେବେ | ସମ୍ମାନ ଏବଂ ପ୍ରତିଷ୍ଠା ବୃଦ୍ଧି ପାଇବ। ଚାକିରି ବିଷୟରେ ଚିନ୍ତିତ ହେବେ । ବିଦ୍ୟାର୍ଥୀମାନେ ସଫଳତା ଅର୍ଜନ କରିବେ ।

ଧନୁ– ସମସ୍ତ କାର୍ଯ୍ୟ ସହଜରେ ସମାପ୍ତ ହେବ । ବ୍ୟବସାୟରେ ସମସ୍ୟା ସମାପ୍ତ ହେବାର ସମ୍ଭାବନା ଅଛି । ସାଙ୍ଗମାନଙ୍କୁ ସାହାଯ୍ୟ କରିବେ। ଚାକିରି କ୍ଷେତ୍ରରେ ଉଚ୍ଚ ପଦବୀ ମିଳିବ । ଦମ୍ପତିମାନେ ଭ୍ରମଣରେ ଯାଇପାରନ୍ତି । ବିଦ୍ୟାର୍ଥୀ ଆଶାବାଦୀ ହେବେ ।

ମକର– ଭଲ ସୁଯୋଗ ପାଇପାରିବେ। ପରିବାରରେ ଯଥାସମ୍ଭବ ଶାନ୍ତ ରୁହନ୍ତୁ। ବ୍ୟବସାୟରେ ସମନ୍ୱୟ ରକ୍ଷା କରନ୍ତୁ। ନୂଆ ଦ୍ରବ୍ୟ କ୍ରୟ କରିବାକୁ ଚିନ୍ତା କରିବେ। ଚାକିରିରେ ମନୋମାଳିନ୍ୟ ଦେଖା ଦେଇପାରେ। ଦାମ୍ପତ୍ୟ ଜୀବନ ମଧ୍ୟମ ରହିବ ।

କୁମ୍ଭ– ବିନା କାରଣରେ ଚିନ୍ତିତ ହେବେ। ବ୍ୟବସାୟରେ ସାବଧାନ ରୁହନ୍ତୁ। ବିପଦପୂର୍ଣ୍ଣ କାର୍ଯ୍ୟକଳାପରୁ ଦୂରରେ ରୁହନ୍ତୁ। ଭଲ ସୁଯୋଗର ଲାଭ ଉଠାଇବାକୁ ଚେଷ୍ଟା କରନ୍ତୁ। ପାରିବାରିକ ସୁଖ ଏବଂ ସନ୍ତୁଷ୍ଟ ହେବ।

ମୀନ– ଆତ୍ମ ସନ୍ତୋଷ ଲାଭ କରିବେ। କର୍ମକ୍ଷେତ୍ରରେ ସଫଳତାର ସମ୍ଭାବନା ଅଛି। ହଠାତ୍ ଧନ ପ୍ରାପ୍ତିର ଯୋଗ ଅଛି। ବ୍ୟବସାୟରେ ଲାଭର ବିଶେଷ ସମ୍ଭାବନା ରହିଛି। ବିଦ୍ୟାର୍ଥୀମାନେ ଦୂର ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି ।

Show More
Back to top button