

ସତ୍ୟଶିଖା( ଭୁବନେଶ୍ୱର )୦୪.୦୬. ୨୦୨୨ : ଆଜି ୧୨ ଜଣ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର ଜଣେ ପିଲା ସଂକ୍ରମିତ ହୋଇଛନ୍ତି। ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୪୮୫ରେ ପହଞ୍ଚିଛି ।
ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୨୨୭ ଜଣ ରହିଥିବା ବେଳେ ୭୯ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ଖୋର୍ଦ୍ଧାରୁ ୬ ଜଣ, କଟକ, କେନ୍ଦ୍ରାପଡା, ନୂଆପଡା,ସମ୍ବଲପୁର, ସୁନ୍ଦରଗଡରୁ ଜଣେ ଲେଖାଏଁ ଏବଂ ଷ୍ଟେଟପୁଲରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।