ଶନିବାର ରାଶିଫଳ : ଆସନ୍ତୁ ଜାଣିବା ଆପଣଙ୍କ ଆଜିର ଦିନ କିପରି କଟିବ l


ସତ୍ୟଶିଖା ୧୬/୦୧/୨୦୨୧ :
ମେଷ – ଆଜି ଚନ୍ଦ୍ର ସିଂହରାଶିରେ ରହି ଲାଭ ସ୍ଥାନକୁ ଦେଖୁଥିବାରୁ ପଦସ୍ଥବ୍ୟକ୍ତିଙ୍କ ଦ୍ୱାରା କାର୍ଯ୍ୟ ସିଦ୍ଧି ଘଟିବ । କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସକାଶେ ଘରକୁ ବନ୍ଧୁ ଆଗମନ ଘଟିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୨ ।
ବୃଷ – କର୍ମାଧିପ ଭାଗ୍ୟାଧିପତିଙ୍କ ସହ ଥିବାରୁ ବିଭିନ୍ନ କ୍ଷେତ୍ରରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ପ୍ରଶାସନିକ ସ୍ତରରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ମଧ୍ୟାହ୍ନରେ ଟେନ୍ସନ୍ ଦୂର ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ମିଥୁନ – ବ୍ୟୟଧିପ ନକ୍ଷତ୍ରସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ମାନସିକ ସ୍ଥିତି ଭଲ ରହି ନ ପାରେ । କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ପାରିବାରିକ କ୍ଷେତ୍ରରେ କେତେକ ସମସ୍ୟା ଦୂର କରିବାକୁ ସକ୍ଷମ ହେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।
କର୍କଟ – ରାଶ୍ୟାଧିପ ଧନ ସ୍ଥାନରେ ଅବସ୍ଥାନ କରି ଆର୍ଥିକ ଦୂରବସ୍ଥାକୁ ସୁଧାରି ନେଇପାରନ୍ତି । କଳହ ଲାଗିଥିବା ବନ୍ଧୁ ପ୍ରତି ସତର୍କ ନ ରହିଲେ ସମସ୍ୟା ଭିତରକୁ ଟାଣି ହୋଇଯିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ସିଂହ – ତିନୋଟି ଗ୍ରହ କୋଣସ୍ଥାନରେ ରହିଥିବାରୁ ଆଜି ହଠାତ୍ ନୂତନ ଯୋଜନା ଆରମ୍ଭ କରିବେ । ମୌଖିକ ଆଲୋଚନା ନ କଲେ ସହ-ଯୋଗ ଅଭାବରୁ ତାହା ମଉଳି ଯାଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
କନ୍ୟା – ଶନି ସହ ବୃହସ୍ପତିଙ୍କ ସ୍ଥିତି ପ୍ରଭାବରେ ସନ୍ଦେହୀ ମନୋଭାବ ହେତୁ କେତେକ ସମସ୍ୟା ଦେଖାଦେବ । ଆପଣ ଅନ୍ୟମନସ୍କ ରହି ନୀରବତା ଅବଲମ୍ବନ କରିବା ଆପଣଙ୍କ ସକାଶେ ଦୁଶ୍ଚିନ୍ତା କାରଣ ହୋଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
ତୁଳା – ଚନ୍ଦ୍ରଙ୍କ ସହ ଶନିଙ୍କ ଷଡାଷ୍ଟକ ସ୍ଥିତି ହେତୁ କେତେକ ଅପୂରଣୀୟ ଆଶା ମନରେ ଆଲୋଚନା ସୃଷ୍ଟି କରିବ । ଆଜି ପରିବହନ ଓ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ବିଛା – ନିଜର ମଣୁଥିବା ବ୍ୟକ୍ତି ଆପଣଙ୍କ ପଛରେ ବିଭିନ୍ନ କଥା କହିବେ । ଆପୋଷ ଆଲୋଚନା ଦ୍ୱାରା ଘରୋଇ ସମସ୍ୟାର ସରଳ ସମାଧାନ ହୋଇଯିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଧନୁ – ଯେତେ ସମସ୍ୟା ଆସିଲେ ମଧ୍ୟ ତାହାର ସାମ୍ନା କରିବା ସଫଳ ହେବେ । ବ୍ୟବସାୟ, ପରିବହନ, ପ୍ରକାଶ, ନିର୍ମାଣ, ସଭାସମିତି ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ମକର – ସ୍ୱଗୃହୀ ଶନି ନିଜ ରାଶିରେ ବଳବାନ ହେତୁ ଅସୁସ୍ଥତା ଦୁରେଇଯିବ । ଆକସ୍ମିକ ଭାବେ ବନ୍ଧୁଙ୍କ ବ୍ୟବହାର ବଦଳି ଯିବ, ଯାହା କି ଆପଣଙ୍କ ପାଇଁ ଚିନ୍ତାର କାରନ ହୋଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
କୁମ୍ଭ – ସ୍ୱଗୃହୀ ମଙ୍ଗଳଜନିତ କାମ ହାସଲ ସକାଶେ ଆଗନ୍ତୁକଟି ମୁହଁ ସାମନାରେ ପ୍ରଶଂସାର ଓ ପଶ୍ଚାନ୍ତେ ସମାଲୋଚନା କରିପାରନ୍ତି । ଜଣେ ପଡିଶୀ ସାହାର୍ଯ୍ୟରେ ପ୍ରତିଶ୍ରୁତି ଦେଇ ଆଶା ପୂରନ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।
ମୀନ – ଆଜିର କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ । ଶୁଣା କଥାକୁ ବିଶ୍ୱାସ କରି କୌଣସି କାମ କଲେ ଅସୁବିଧାରେ ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।