ରାଜ୍ୟ

ବଙ୍ଗୋପସାଗରରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି

ସତ୍ୟଶିଖା(ଭୁବନେଶ୍ୱର) ୨୨.୦୭.୨୦୨୧:  ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି।। ଆସନ୍ତା ୨୭ ସୁଦ୍ଧା ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖରେ ସୃଷ୍ଟି ସମ୍ଭାବନା। ୨୬ ଓ ୨୭ ବେଳକୁ ପୂର୍ବ, ଉତ୍ତର ପଶ୍ଚିମ ଭରତରେ ପ୍ରବଳ ବର୍ଷା ହେବା ର ସମ୍ଭାବା ରହିଛି ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ସୂଚନା।

୨୨ ତାରିଖରେ ସମଗ୍ର ରାଜ୍ୟରେ ଓ ୨୩ରେ ଦକ୍ଷିଣ ଏବଂ କେନ୍ଦ୍ରୀୟ ଓଡ଼ିଶାର କେତେକ ଜାଗାରେ ଘଡ଼ଘଡ଼ି ସହ ବର୍ଷା ହେବ। ୨୩ରେ ଉପକୂଳ ଜିଲ୍ଲା ଓ ୨୩/୨୪ରେ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାରେ ଲଘୁଚାପଜନିତ ମୌସୁମୀ ବର୍ଷା ହେବ। ୨୪ରୁ ଅଧିକାଂଶ ଜାଗାରେ ବର୍ଷା ଛାଡ଼ିଯିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ପାଣିପାଗ ବିଭାଗ ପକ୍ଷରୁ ଆହୁରି କୁହାଯାଇଛି ଯେ, ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୬ ଯାଏଁ ବର୍ଷା ହେବ। ୨୨ ତାରିଖରେ ରାଜ୍ୟର ଅଧିକାଂଶ ଜାଗାରେ ବର୍ଷା ସମ୍ଭାବନା ଅଛି। କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ସମ୍ବଲପୁର, ଦେବଗଡ଼ରେ ସ୍ଥାନେ ସ୍ଥାନେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ଆଶଙ୍କା ଅଛି।

Show More
Back to top button