

ସତ୍ୟଶିଖା (ଭୁବନେଶ୍ୱର) ୧୫/୦୧/୨୦୨୧ : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୮୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଦୁଇ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୨୯୪୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୬୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୮୮୩୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୯୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୭୩୧୯୬୦୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।