ରାଶିଫଳ

ମଙ୍ଗଳବାର ରାଶିଫଳ : ଆସନ୍ତୁ ଜାଣିବା ଆପଣଙ୍କ ଆଜିର ଦିନ କିପରି କଟିବ

ସତ୍ୟଶିଖା ୦୨/୦୨/୨୦୨୧ :

ମେଷ – ଆଜି ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ । ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଓ ଛୋଟ ଦୋକାନ କାରବାରରୁ ଭଲ ଫଳ ମିଳି ନ ପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।

ବୃଷ – ଶାରୀରିକ ଦୁର୍ବଳତା ଯୋଗୁ କୌଣସି କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ । ପାରସ୍ପରିକ ଆଲୋଚନା କ୍ରମେ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖା ଦେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।

ମିଥୁନ – ନିଜ ଲୋକଙ୍କ ସାହାର୍ଯ୍ୟରେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ବନ୍ଧୁଙ୍କ ସହ-ଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।

କର୍କଟ – ପର କଥାରେ ଭୁଲ୍ ମାର୍ଗ ଅନୁସରଣ କରି ଅପଦସ୍ଥ ହେବେ । ଅର୍ଥ ଓ ସମ୍ମାନ ବୃଦ୍ଧି ପାଇଁ ଚେଷ୍ଟା କରି କେତେକାଂଶରେ ଉପକୃତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ସିଂହ – ପାରିବାରିକ କ୍ଷେତ୍ରରେ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ଅନ୍ୟମାନଙ୍କ ଠାରୁ କିଛି ଖବର ଶୁଣି କିମ୍ବା ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।

କନ୍ୟା – ଆଜି ପ୍ରତ୍ୟେକ କାମ ଠିକ୍ ସମୟରେ ସମ୍ପନ୍ନ ହେବା କାରଣରୁ ଖୁସି ରହିବେ । କଠିନ ପରିଶ୍ରମଜନିତ ଆକସ୍ମିକ ଭାବରେ ସ୍ୱାସ୍ଥ୍ୟରେ ସମସ୍ୟା ଦେଖା ଦେଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

ତୁଳା – ଘରୋଇ ସମସ୍ୟା ସମାଧାନ ହୋଇଯିବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ଚାକିରି କ୍ଷେତ୍ରରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ବିଛା – ପ୍ରତ୍ୟେକ କାମ ନିର୍ଦ୍ଦିଷ୍ଟ ସମୟରେ ନ ହେବା କାରଣରୁ ଅବସାଦ ଲାଗି ରହିପାରେ । ଆଜି ଅଧିକାଂଶ ସମୟ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ ।  ଶୁଭ ଅଙ୍କ ନାରଙ୍ଗୀ । ଶୁଭ ଅଙ୍କ ୫ ।

ଧନୁ – ଅଚାନକ ଭାବରେ ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାର୍ଯ୍ୟ କରିବେ । ପାରିବାରିକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

ମକର – କର୍ମକ୍ଷେତ୍ରରେ ପରୋକ୍ଷ ସାହାର୍ଯ୍ୟ ଲାଭ କରି ମନୋବଳ କ୍ରମଶଃ ବୃଦ୍ଧି ପାଇବ । ପରିଶ୍ରମର ପାରିଶ୍ରମିକ ପାଇବେ, ଏଥି ସକାଶେ କଳହ କରିବାକୁ ପଡିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

କୁମ୍ଭ  – ମାନସିକ ସ୍ଥିତି ଯାହା ଥାଉନା କାହିଁକି ଅନ୍ୟମାନଙ୍କୁ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ପରିହାସ ଯୁକ୍ତ କଥା କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।

ମୀନ – ଆଜି ଦିନଟିରେ ଯାହା କହିବେ କିମ୍ବା କରିବେ ତାହା ଆପଣଙ୍କ ବିପକ୍ଷରେ ଯାଇପାରେ । ନିଜ ପରିସରରେ ରହୁଥିବା କୌଣସି ବିଜାତୀୟ ବ୍ୟକ୍ତି ଜଣେ କାମରେ ଅସହଯୋଗ କରିପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।

Show More
Back to top button