ରାଜ୍ୟଶିକ୍ଷା

ରାଜେନ୍ଦ୍ର ବିଶ୍ବବିଦ୍ୟାଳୟକୁ ୟୁଜିସି ମାନ୍ୟତା

ସତ୍ୟଶିଖା(ବଲାଙ୍ଗିର) ୩୧.୦୭.୨୦୨୧:  ବଲାଙ୍ଗିର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟକୁ ମିଳିଛି ୟୁଜିସି ମାନ୍ୟତା । ଏନେଇ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜେନ୍ଦ୍ର ବିଶ୍ବବିଦ୍ୟାଳୟକୁ ୟୁଜିସି ମାନ୍ୟତା ମିଳିବା ପଶ୍ଚିମ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଆକାଂକ୍ଷାକୁ ପୂରଣ କରିବ । ଏହାସହ ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ନୂଆ ଶିକ୍ଷା ନୀତିରେ ଉଲ୍ଲେଖ ଥିବା ଗୁଣାତ୍ମକ ଶିକ୍ଷା ଉପଲବ୍ଧି କରିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ । ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଆବଶ୍ୟକୀୟ ତଥ୍ୟ ପ୍ରଦାନ କଲେ ୟୁଜିସି ଅଧିନିୟମ ୧୯୫୬ ଧାରା ୧୨ (ବି)ରେ ଖୁବ୍‌ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ । ଏହା ବିଶ୍ବବିଦ୍ୟାଳୟର ଉନ୍ନତି ଓ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ ପାଇଁ ସହାୟକ ହେବ । ଛାତ୍ରଛାତ୍ରୀଙ୍କ ହିତ ଦୃଷ୍ଟିରୁ ୟୁଜିସି ପକ୍ଷରୁ ଆଜି ଏହି ବିଜ୍ଞପ୍ତି ପ୍ରକାଶ ପାଇଛି ।

Show More
Back to top button