ରାଜ୍ୟ

ଆରୋଗ୍ୟ ହେଲେ ୨୪୩ ‘କରୋନା’ ଆକ୍ରାନ୍ତ

ଭୁବନେଶ୍ୱର(ସତ୍ୟଶିଖା): ଆଜି ରାଜ୍ୟରେ ୨୪୩ ‘କରୋନା’ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ମୋଟ୍‌ ୫୧୮୯ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

ଆଜି ସୁସ୍ଥ ହୋଇଥିବା ‘କରୋନା’ ଆକ୍ରାନ୍ତଙ୍କ ଭିତରୁ ଗଜପତି ଜିଲ୍ଲାରୁ ସର୍ବାଧିକ ୫୯ ଜଣ ଅଛନ୍ତି। ସେହିପରି ଗଞ୍ଜାମରୁ ୪୧, ଖୋର୍ଦ୍ଧାରୁ ୩୮, କନ୍ଧମାଳରୁ ୧୭, ଝାରସୁଗୁଡ଼ାରୁ ୧୫, ସୁନ୍ଦରଗଡ଼ରୁ ୧୦; ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ ଲେଖାଏଁ ଅଛନ୍ତି। ସେହିପରି କୋରାପୁଟରୁ ୭, ଜଗତସିଂହପୁରରୁ ୫; ବରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାରୁ ୬ ଜଣ ଲେଖାଏଁ; କଟକ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରୁ ୪ ଜଣ ଲେଖାଏଁ; ବାଲେଶ୍ୱରରୁ ୨, କଳାହାଣ୍ଡିରୁ ଜଣେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଆହୁରି ପଢ଼ନ୍ତୁ

ଆଜି ସୁଦ୍ଧା ରାଜ୍ୟରେ ୭୦୬୫ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୨୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୮୪୪ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ୭ ଜଣ କରୋନାରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି।

ଆହୁରି ପଢ଼ନ୍ତୁ



[ad_2]

Show More
Back to top button