ଦେଶସ୍ୱାସ୍ଥ୍ୟ

୨୪ ଘଣ୍ଟାରେ ଦେଶରେ ୫୬୦ ଜଣଙ୍କ ମୃତ୍ୟୁ

ସତ୍ୟଶିଖା(ନୂଆଦିଲ୍ଲୀ) ୧୭.୦୭.୨୦୨୧:  ଦେଶରେ କରୋନା ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବା ବେଳେ ତୃତୀୟ ଲହରକୁ ନେଇ ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି ।  ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୫୬୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୧୩ ହଜାର ୯୧କୁ ବୃଦ୍ଧି ପାଇଛି । ଦିନକରେ ୩୮ ହଜାର ୭୯ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୦ ଲକ୍ଷ ୬୪ ହଜାର ୯୦୮କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୨୪ ହଜାର ୦୨୫ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୩ କୋଟି ୨ ଲକ୍ଷ ୨୭ ହଜାର ୭୯୨କୁ ବୃଦ୍ଧି ପାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Show More
Back to top button