ଦେଶସ୍ୱାସ୍ଥ୍ୟ

୪୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା:୨୪ ଘଣ୍ଟାରେ ଆଉ ୪୦,୯୫୩ ନୂଆ କରୋନା ପଜିଟିଭ ଚିହ୍ନଟ

ସତ୍ୟଶିଖା,(ନୂଆଦିଲ୍ଲୀ) ୨୦.୦୩ .୨୦୨୧ : ଦେଶରେ ପୁଣି ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା  ବୃଦ୍ଧି ପାଇବାରେ ଲାଗିଛି। ୨୪ ଘଣ୍ଟାରେ ଆଉ ୪୦,୯୫୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୫,୫୫,୨୮୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୮୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୫୯,୫୫୮ରେ ପହଞ୍ଚିଛି। ୨୩,୬୫୩ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧,୧୧,୦୭,୩୩୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨,୮୮,୩୯୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Show More
Back to top button