ରାଶିଫଳ

ବୁଧବାର ରାଶିଫଳ : ଆସନ୍ତୁ ଜାଣିବା ଆପଣଙ୍କ ଆଜିର ଦିନ କିପରି କଟିବ

ସତ୍ୟଶିଖା ୧୦/୦୨/୨୦୨୧ :

ମେଷ – ଆଜି ସ୍ୱଗୃହୀ ଚତୁର୍ଥଚନ୍ଦ୍ର ଯୋଗୁ ଦିନଟି ଖୁସିବାସିରେ କଟିଯିବ । ଜଣାଶୁଣା ବ୍ୟକ୍ତିଙ୍କ ନିକଟରୁ ସମ୍ମାନ ଓ ସଦ୍ଦିଚ୍ଛା ପାଇ ସବୁ ଦୁଃଖ ବୁଲିଯିବେ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୮ ।

ବୃଷ – ବଡପଣିଆ ମନରେ ରହିବ ସିନା, ହାତଖାଲି ହେତୁ କାମରେ ରଖିପାରିବେ ନାହିଁ । ଅଯଥା ଭାବନାକୁ ନେଇ ବ୍ୟସ୍ତ ହେଲେ ହେଁ କିଛି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୧ ।

ମିଥୁନ – ପାରିବାରିକ କ୍ଷେତ୍ରରେ ପ୍ରତିବନ୍ଧକର ସାମ୍‌ନା କରିବେ । କର୍ମକ୍ଷେତ୍ରର ବିଫଳତା ଖୋଜିବାକୁ ଯାଇ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

କର୍କଟ – ପ୍ରତିକ୍ଷିତ କୌଣସି ଗୁରୁତ୍ୱପୂର୍ଣ୍ଣ ଖବର ପାଇ ଭାବ ବିଭୋର ହେବେ । ଆଜି ଆପଣ ଅର୍ଥ, ସମ୍ମାନ, କାର୍ଯ୍ୟସିଦ୍ଧିର ବାର୍ତ୍ତା ବହନ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ସିଂହ – ଆଜି ଖର୍ଚ୍ଚାନ୍ତ ହୋଇ ଚେଷ୍ଟା କରୁଥିବା କାର୍ଯ୍ୟ ସାଧନ କରିବେ । ସମ୍ପର୍କୀୟଙ୍କ ଅସହଯୋଗ ସତ୍ତେ୍ୱ ପ୍ରତିକୂଳ ପରିସ୍ଥିତିରେ ମଧ୍ୟ ନିଜକୁ ନିୟନ୍ତ୍ରଣରେ ରଖିବାରେ ସମର୍ଥ ହେବେ । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୭ ।

କନ୍ୟା – କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ । ଗୃହ ନିର୍ମାଣ, ପରିବହନ କ୍ଷେତ୍ରରେ ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।

ତୁଳା – ସ୍ୱାସ୍ଥ୍ୟ ଅପରିବର୍ତ୍ତିତ ରହିବ ଓ କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇପାରିବ । ଅଭାବ ନ ଥାଇ ମଧ୍ୟ ଭୁଲ ବୁଝାମଣାରୁ ପାରିବାରିକ ଶାନ୍ତି ବ୍ୟାହତ ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।

ବିଛା – ପ୍ରତ୍ୟେକ କାମରେ ସଫଳତା ପାଇଲେ ମଧ୍ୟ ନିର୍ଦ୍ଦିଷ୍ଟ ସମୟରେ ସମ୍ପନ୍ନ ନ ହେବାରୁ ଅସନ୍ତୁଷ୍ଟ ରହିବେ । ସନ୍ତାନଙ୍କ ସ୍ୱାସ୍ଥ୍ୟହାନିଜନିତ ଦୁଶ୍ଚିନ୍ତା ବୃଦ୍ଧି ପାଇବ । ଶୁଭ ଅଙ୍କ ଲାଲ୍‌ । ଶୁଭ ଅଙ୍କ ୯ ।

ଧନୁ – ଅଧିକାଂଶ କ୍ଷେତ୍ରରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ । ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୩ ।

ମକର – ଅନ୍ୟମାନଙ୍କ ପ୍ରରୋଚନାରେ ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ । ଚେଷ୍ଟା କରୁଥିବା କାମ ପ୍ରତିବନ୍ଧକ ମଧ୍ୟରେ ଅଟକି ରହିପାରେ । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୧ ।

କୁମ୍ଭ – ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍‌ ଦୂର ଯାତ୍ରା ପାଇଁ ମନ ବଳାଇବେ । ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ, ଯାହାକି ମାନସିକ ସ୍ଥିତିକୁ ଦୋହଲାଇ ଦେବ । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୫ ।

ମୀନ – ଆଜି ଯାହାକୁ ଯାହା କରିବେ ତାହାକୁ ଅନ୍ୟମାନେ ଖୁସି ମନରେ ଗ୍ରହଣ କରିବେ । ଦୀର୍ଘ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

Show More
Back to top button