ସତ୍ୟଶିଖା ୦୬/୦୧/୨୦୨୧ :
ମେଷ – ଆଜି ଜନ୍ମ ଚନ୍ଦ୍ର ହେତୁ ଯାତ୍ରା, ବିବାଦ, ଗୃହାରମ୍ଭ କେତେକାଂଶରେ ବାଧାପ୍ରାପ୍ତ ହେବ । ବନ୍ଧୁମାନଙ୍କ ସହ କୌଣସି ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
ବୃଷ – ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବା ସାଙ୍ଗକୁ ପରିବାରରେ ଶାନ୍ତି ମଧ୍ୟ ଫେରିଆସିବ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସିବେ । ଆଜି ଦିନ ମଧ୍ୟରେ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।
ମିଥୁନ – କର୍ମକ୍ଷେତ୍ରରେ ବିନୟପୂର୍ଣ୍ଣ ବ୍ୟବହାର ଦ୍ୱାରା କାମ ହାସଲ କରିପାରନ୍ତି । ପରିବାରର ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
କର୍କଟ – ଆଜି ମନ ଭଲ ନ ଥିବା କାରଣରୁ ସାଧାରଣ କଥା ଜଟିଳ ହୋଇପାରେ । ପୁରୁଣା ସମସ୍ୟାଗୁଡିକ ତୁଟି ଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖା ଦେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ସିଂହ – ଆଲୋଚନାର ଶେଷ ଭାଗରେ ହଠାତ୍ କୌଣସି ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେବେ । ଅଫିସରେ ମଧ୍ୟ ଭୁଲ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
କନ୍ୟା – ଆଜି କୌଣସି କ୍ଷେତ୍ରରେ ତରବରିଆ କାମ କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ବନ୍ଧୁମାନେ ଆପଣଙ୍କ ପରାମର୍ଶ ଲୋଡିପାରନ୍ତି । ସାମୟିକ ସମସ୍ୟା ଦେଖା ଦେବାରୁ ହାତକୁ ନେଇଥିବା ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
ତୁଳା – ଦୀର୍ଘ ଦିନ ହେଲା ଭାବୁଥିବା କଥାଟି ଆଜିର ଅପରାହ୍ନରେ ବାସ୍ତବରେ ପରିଗଣିତ ହୋଇଯିବ । ନିକଟ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
ବିଛା – ଅଧିକାଂଶ ସମୟରେ ଟେନ୍ସନ ମଧ୍ୟରେ ଚଳିଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଧନୁ – ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ । କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳାରୁ କୈଫିୟତ ଦେବାକୁ ପଡିପାରେ । ସ୍ୱାର୍ଥହାନି ଆଶଙ୍କାରେ ଆତ୍ମୀୟମାନେ କ୍ରମଶଃ ଦୂରେଇଯିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ମକର – ପାଖ ଲୋକଟିର କାର୍ଯ୍ୟକଳାପ ସନ୍ଦେହଜନକ ହୋଇପାରେ । କର୍ମକ୍ଷେତ୍ରରେ ସହମତିରେ କାମ କଲେ ସମସ୍ୟାର ସରଳ ସମାଧାନ ହୋଇଯିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
କୁମ୍ଭ – ମାନସିକ ସ୍ଥିତି ଭଲ ରହିଲେ ମଧ୍ୟ ଦୁର୍ବଳତା ଲାଗି ରହିବ । ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
ମୀନ – ସାମାନ୍ୟ ବଚସାକୁ କେନ୍ଦ୍ରକରି ଆଜି ସକାଳୁ ପାରିବାରିକ ଶାନ୍ତି ବ୍ୟାହତ ହୋଇପାରେ । ଅପରାହ୍ନରେ ବନ୍ଧୁଙ୍କ ନିକଟରୁ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।