

ସତ୍ୟଶିଖା(ଭୁବନେଶ୍ୱର) ୩୧.୦୭.୨୦୨୧: ବଙ୍ଗୋପସାଗର ଉପକୂଳ ଓ ସଂଲଗ୍ନ ପଶ୍ଚିମବଙ୍ଗରେ ସକ୍ରିୟ ରହିଛି ଲଘୁଚାପ । ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ପଶ୍ଚିମବଙ୍ଗ, ଝାରଖଣ୍ଡ ଓ ବିହାର ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି । ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ୫ ଜିଲ୍ଲା ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା ଓ ସମ୍ବଲପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସମ୍ଭାବିତ ପ୍ରବଳ ବର୍ଷା ପ୍ରଭାବରେ କିଛି ଜିଲ୍ଲାର ତଳିଆ ଅଞ୍ଚଳରେ ସାମୟିକ ଜଳମଗ୍ନ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।